ଓଡ଼ିଶା ବିକାଶର ‘ନବୀନ ଗ୍ୟାରେଣ୍ଟି’: ସତ ହେଲା ବଲାଙ୍ଗୀରବାସୀଙ୍କ ସୁକତେଲ ସ୍ୱପ୍ନ
ଭୁବନେଶ୍ୱର – “ନୂଆବର୍ଷରେ ମୋର ପ୍ରଥମ ଗସ୍ତ ବଲାଙ୍ଗୀରରୁ ଆରମ୍ଭ କରି ମୁଁ ବହୁତ ଖୁସି। ଆପଣମାନେ ଖୁସି ତ?”…… ଲୋକଙ୍କ ଉଚ୍ଛ୍ୱସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି [...]
ଭୁବନେଶ୍ୱର – “ନୂଆବର୍ଷରେ ମୋର ପ୍ରଥମ ଗସ୍ତ ବଲାଙ୍ଗୀରରୁ ଆରମ୍ଭ କରି ମୁଁ ବହୁତ ଖୁସି। ଆପଣମାନେ ଖୁସି ତ?”…… ଲୋକଙ୍କ ଉଚ୍ଛ୍ୱସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ । ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। ୮୦ ହଜାରରୁ ଅଧିକ ଚାଷୀ ଉପକୃତ ହେବେ । ଜିଲ୍ଲାର ୭୦ ହଜାରରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ |
୨୦୧୯ ମସିହାରୁ ୫-ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି । ଟେକ୍ନୋଲୋଜିର ବ୍ୟବହାର କରାଯାଇ ପ୍ରେସରାଇଜଡ୍ ଅଣ୍ଡରଗ୍ରାଉଣ୍ଡ ପାଇପଲାଇନ
ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ବାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ ।
ଲୋକାର୍ପଣ ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ସେ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛନ୍ତି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ ସ୍କଲାରସିପ ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।
ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ସେ ସମ୍ମାନ ଜଣାଉଛନ୍ତି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନର ଉନ୍ନତି, ଯୋଗାଯୋଗ ର ଉନ୍ନତି, କ୍ରୀଡାର ଉନ୍ନତି ସହିତ ଐତିହ୍ୟର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ କରାଯାଇଥିଲା ।
ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ୫-ଟି ଅଧ୍ୟକ୍ଷ ତାଙ୍କ ନିର୍ଦ୍ଦେଶରେ ଅଗଷ୍ଟ ମାସରେ ଆସିଥିଲେ। ଆପଣମାନଙ୍କୁ ଭେଟିଥିଲେ। ଆପଣମାନଙ୍କ ସହିତ ବିକାଶ କାମ ବିଷୟରେ ଆଲୋଚନା କରିଥିଲେ। ଆପଣମାନଙ୍କ ମତକୁ ସମ୍ମାନ ଜଣାଇ ଆମେ କାମ କରୁଛୁ।
ବଲାଙ୍ଗୀରର ବିକାଶ ଉପରେ ଆଲୋକପାତ କରି ସେ କହିଲେ ଯେ, ଏବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ଜୋରଦାର ଉନ୍ନତି କରୁଛି । ହରିଶଙ୍କର ପୀଠ ସହିତ ଜିଲ୍ଲାର ମଠ ମନ୍ଦିରର ରୂପାନ୍ତର କାମ ଚାଲିଛି। ଏବେ କୃଷି କ୍ଷେତ୍ରରେ ଉନ୍ନତି ସହିତ ଜିଲ୍ଲାରେ ରୂପାନ୍ତରର ଏକ ନୂଆ ଯୁଗ ଆସିବ। ମୋର ବିଶ୍ବାସ, ଆପଣମାନଙ୍କ ସହଯୋଗରେ, ବଲାଙ୍ଗୀର ରାଜ୍ୟର ବିକାଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବ ବୋଲି ସେ କହିଥିଲେ।
ଏହି ଅବସରରେ ଜଳସଂପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ବଲାଙ୍ଗୀର ଜିଲ୍ଲାର ଜନସାଧାରଣଙ୍କ ବହୁ ଦିନର ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ଆଜି ପୂରଣ କରିଛନ୍ତି । ଲୋୟର ସୁକତେଲ ଆଜି ବଲାଙ୍ଗୀରବାସୀଙ୍କ ପାଇଁ ସୁଖର ସୁକତେଲରେ ପରିଣତ ହୋଇଛି । ଏହି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ତ୍ବରାନ୍ବିତ କରିବା କ୍ଷେତ୍ରରେ ୫-ଟି ଅଧ୍ୟକ୍ଷଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ସରୋଜ ମେହେର, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।
ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
Ganjam Police’s People Friendly Initiatives Make Citizens Lives More Contend
Next ArticleNew Era of Development in Balangir: CM Dedicates Lower Suktel Irrigation Project
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
