ନିଟ୍, ଜେଇଇ ପାଇଁ ଆଜିଠୁ ଯୁକ୍ତ ଦୁଇ କଲେଜରେ ମାଗଣା ଅନଲାଇନ କୋଚିଂ କ୍ଲାସ
ଭୁବନେଶ୍ବର – ପୂର୍ବ ନିଷ୍ପତ୍ତି କ୍ରମେ ଆଜିଠୁ ରାଜ୍ୟର ଯୁକ୍ତ ଦୁଇ କଲେଜରେ ଛାତ୍ରଛାତ୍ରୀମାନଙ୍କୁ ଏନଇଇଟି ଓ ଜେଇଇ କୋଚିଂ ଦିଆଯିବ । ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ କୋଚିଂ ଦିଆଯିବ । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଇଛୁକ ଛାତ୍ରଛାତ୍ରୀମାନଙ୍କ ପାଇଁ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ ଇଣ୍ଟରଆକ୍ଟିଭ ପ୍ୟାନେଲ ଲଗାଇବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା । ନିଟ୍ ଓ ଜେଇଇରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ [...]
ଭୁବନେଶ୍ବର – ପୂର୍ବ ନିଷ୍ପତ୍ତି କ୍ରମେ ଆଜିଠୁ ରାଜ୍ୟର ଯୁକ୍ତ ଦୁଇ କଲେଜରେ ଛାତ୍ରଛାତ୍ରୀମାନଙ୍କୁ ଏନଇଇଟି ଓ ଜେଇଇ କୋଚିଂ ଦିଆଯିବ । ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ କୋଚିଂ ଦିଆଯିବ । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଇଛୁକ ଛାତ୍ରଛାତ୍ରୀମାନଙ୍କ ପାଇଁ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ ଟିଭି ଓ ଇଣ୍ଟରଆକ୍ଟିଭ ପ୍ୟାନେଲ ଲଗାଇବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା । ନିଟ୍ ଓ ଜେଇଇରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମାଗଣା କୋଚିଂ ଦେବାର ପାଇଁ ଗତବର୍ଷ ନଭେମ୍ବରରେ ନିଷ୍ପତ୍ତି ହୋଇଥିଲା। ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।
ଗିରଫ ହେବେ କି କେଜ୍ରିୱାଲ ? ଆପ୍ ମୁଖ୍ୟାଳୟ ବାହାରେ ଦଳୀୟ କର୍ମୀଙ୍କ ଭିଡ଼
Next ArticleOdisha STA Brings Stricter Guidelines For School Buses
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
