ଆହୁରି ଦକ୍ଷ ହେବ ବିଡିଏର ଏନଫୋର୍ସମଏଣ୍ଟ ବ୍ୟବସ୍ଥା, ୬୭ଟି ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ବର – ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ- ବିଡିଏର ଏନଫୋର୍ସମେଣ୍ଟ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନୂଆ ପଦବୀ ମଧ୍ୟରେ ରହିଛି ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଲ ପଦବୀ । ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ । ଫଳରେ ବିଡିଏର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ [...]
ଭୁବନେଶ୍ବର – ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ- ବିଡିଏର ଏନଫୋର୍ସମେଣ୍ଟ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ନୂଆ ପଦବୀ ମଧ୍ୟରେ ରହିଛି ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଲ ପଦବୀ । ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ । ଫଳରେ ବିଡିଏର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ।
ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବିଡିଏ ଉପରେ ରହିଛି ଭୁବନେଶ୍ବରରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ ବିଡିଏର ଏନଫୋର୍ସମେଣ୍ଟ କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଥିଲା । ଏନଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଦକ୍ଷ କରିବା ଉଦ୍ଦେଶ୍ୟର ୬୭ଟି ନୂଆ ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ଭୁବନେଶ୍ୱର ସହର ପାଇଁ ୨୫ଟି ଯୁଗ୍ମ ଟିମ ଓ ୫ଟି ରିଜର୍ଭ ଟିମର ଆବଶ୍ୟକତା ରହିଛି । ପ୍ରତି ଟିମରେ ୨ଜଣ ପୋଲିସ କନେଷ୍ଟବଳ ରହିବେ । ଏହି ଟିମଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ ଆସିଷ୍ଟାଣ୍ଟ କମିଶନର, ୬ ଜଣ ଆସିଷ୍ଟାଣ୍ଟ ସବ ଇନସପେକ୍ଟର କାର୍ଯ୍ୟ କରିବେ।
CM Naveen Patnaik Approves 67 New Posts For BDA Enforcement
Next ArticleEx-IAS Officer Santosh Satapathy Appointed as Chief Advisor to Odisha Governor
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
