ତିନିବର୍ଷ ପରେ ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ସାମିଲ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ଭୁବନେଶ୍ବର – ଏଥର ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ସାମିଲ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମଡ଼େଲ ଚୂଡ଼ାନ୍ତ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖାଯାଇଛି। ମଡେଲ ମନୋନୀତ ସହ ଏ ସମ୍ପର୍କୀତ ମାର୍ଗଦର୍ଶିକା [...]
ଭୁବନେଶ୍ବର – ଏଥର ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ସାମିଲ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମଡ଼େଲ ଚୂଡ଼ାନ୍ତ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖାଯାଇଛି। ମଡେଲ ମନୋନୀତ ସହ ଏ ସମ୍ପର୍କୀତ ମାର୍ଗଦର୍ଶିକା ଚିଠିରେ ଉଲ୍ଲେଖ କରାଯାଇଛି। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀ ଗ୍ରାମ ଓ ମହିଳା ସଶକ୍ତିକରଣ ମଡେଲ ପଠାଯାଇଥିଲା।
ସୂଚନାଯୋଗ୍ୟ ଯେ, ବିକଶିତ ଭାରତ ପ୍ରସଙ୍ଗକୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗାଁର ଡିଜାଇନକୁ କେନ୍ଦ୍ର ମୋହର ମାରିଛି । ପ୍ରଜ୍ଞାପନ ମେଢ଼ ଗଡିବା ବେଳେ ସମ୍ବଲପୁରୀ ନୃତ୍ୟ ପରିବେଷଣ ପାଇଁ ଅନୁମତି ମିଳିଛି। ଶିଳ୍ପୀଗ୍ରାମ ରଘୁରାଜପୁରରେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ଶିଳ୍ପୀ ପରିଚିତ ହୋଇଛନ୍ତି ଏବଂ ରଘୁରାଜପୁର କିଭଳି ବିକଶିତ, ସାରା ବିଶ୍ବରେ କଳା ପାଇଁ ଆଦୃତ ହୋଇପାରିଛି ତାହା ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲରେ ଦର୍ଶାଯାଇଛି। ବିଶେଷକରି ନାରୀ ଶକ୍ତି ଏଠାରେ ଅଧିକ ସକ୍ରିୟ ରହି କିପରି ବିଭିନ୍ନ କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ମଧ୍ୟ ଏଥିରେ ସ୍ଥାନ ପାଇବ। ବିଶିଷ୍ଟ ଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିବେ ଶିଳ୍ପୀ କୀର୍ତ୍ତି କିଶୋର ମହାରଣା। ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗ ତତ୍ତ୍ବାବଧାନରେ ପ୍ରଜ୍ଞାପନ ମେଢ କାର୍ଯ୍ୟ ତ୍ବରାନ୍ବିତ ହେଉଛି । ମେଢ଼ର ସମ୍ମୁଖ ଭାଗରେ କନ୍ଦର୍ପ ହାତୀର ପ୍ରତିକୃତି ରହିବା ସହିତ ପଛଭାଗରେ ରଘୁରାଜପୁର ଗାଁରେ କିଭଳି ନାରୀଶକ୍ତି କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ସ୍ଥାନ ପାଇବ। ମେଢ଼ ସହିତ ସମ୍ବଲପୁରୀ ନୃତ୍ୟ-ସଙ୍ଗୀତ ରହିବ।
ବିଗତ ତିନି ବର୍ଷ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ସାମିଲ ହୋଇନଥିଲା । ୨୦୨୦ରେ ଶେଷ ଥର ପାଇଁ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଗଡିଥିଲା । ସେତେବେଳେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ମଡେଲ୍ ଗଡ଼ିଥିଲା। ଏହାକୁ ଦ୍ବିତୀୟ ଶ୍ରେଷ୍ଠ ପ୍ରଜ୍ଞାପନ ମେଢ଼ର ପୁରସ୍କାର ମିଳିଥିଲା ।
Odisha Govt Urges Centre to Impose Complete Ban on Production and Sale of ‘Paraquat’
Next Articleଦ୍ବିତୀୟ ଟେଷ୍ଟ ଦୁଇ ଦିନରେ ଶେଷ, ଦକ୍ଷିଣ ଆଫ୍ରିକାକୁ ୭ ଓ୍ବିକେଟରେ ହରାଇଲା ଭାରତ; ସିରିଜ୍ ୧-୧ରେ ଡ୍ର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
