ଆସନ୍ତା ୬ରୁ ଶିଶିର ସରସ -୨୦୨୪
ଭୁବନେଶ୍ବର – ଚଳିତମାସ ୬ ତାରିଖରୁ ଆରମ୍ଭ ହେବ ଶିଶିର ସରସ ମେଳା -୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ଆୟୋଜନ ହେବାକୁ ଥିବା ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ଏହି ମେଳା ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଅନୁଷ୍ଠିତ ହେବ । ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା । ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୪୦୦ଟି ଷ୍ଟଲ ଖୋଲାଯିବ । ଏଥିରେ [...]
ଭୁବନେଶ୍ବର – ଚଳିତମାସ ୬ ତାରିଖରୁ ଆରମ୍ଭ ହେବ ଶିଶିର ସରସ ମେଳା -୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ଆୟୋଜନ ହେବାକୁ ଥିବା ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ଏହି ମେଳା ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଅନୁଷ୍ଠିତ ହେବ । ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା । ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୪୦୦ଟି ଷ୍ଟଲ ଖୋଲାଯିବ ।
ଏଥିରେ ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରୁ ମହିଳା ଏସଏଚଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀମାନଙ୍କ ସହିତ ୨୬ଟି ରାଜ୍ୟର ମହିଳା ଏସଏଚଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀମାନଙ୍କ ହାତ ତିଆରି ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ବିଭିନ୍ନ୍ ଷ୍ଟଲରେ ବିକ୍ରି ହେବ।
ମେଳା ଭିତରେ ରହିବ ସ୍ୱତନ୍ତ୍ର ଫୁଡ୍ କୋର୍ଟ, ସେଲଫି ପଏଣ୍ଟ, ଓରମାସର ମାର୍କେଟିଂ । ସେହିପରି ଦକ୍ଷତା ବିକାଶ ଆଦି କାର୍ଯ୍ୟକ୍ରମକୁ ନେଇ ସ୍ୱତନ୍ତ୍ର ଥିମ୍ ଷ୍ଟଲ ପାଇଁ ମେଳାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ମେଳା ପରିସରକୁ ପରିଷ୍କାର ପରିଚ୍ଛନ ରଖିବା ଦିଗରେ ବିଏମସି ଅଧିକାରୀ ସ୍ବତନ୍ତ୍ର ଧ୍ୟାନ ଦେବେ । ମେଳାକୁ ଯଥା ସମ୍ଭବ ପଲିଥିନ ମୁକ୍ତ ନିଷିଦ୍ଧାଞ୍ଚଳ କରିବା ପାଇଁ ଉଦ୍ୟମ ହେବ ବୋଲି ମେଳା ଆୟୋଜକଙ୍କ ତରଫରୁ ସୂଚନା ଦିଆଯାଇଛି । ବିଭିନ୍ନ ଘରୋଇ ତଥା ରାଷ୍ଟ୍ରାୟତ ବ୍ୟାଙ୍କ ପକ୍ଷରୁ ମେଳା ପରିସରରେ ଏଟିଏମ ମେସିନ୍ ର ସୁବିଧା କରାଯାଇଛି । ପ୍ରତ୍ୟେକ ଦିନ ମେଳାରେ ସନ୍ଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ।
Two persons killed in road accident in Odisha
Next ArticleBring Innovative Solutions to Challenging Issues: CM to New Engineers of Water Resources Dept
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
