News Room Odisha
BREAKING
Odia

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ଲୋକାର୍ପଣ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପୁରୀ- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି । ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ [...]

Admin•January 5, 2024
Share Article:

ପୁରୀ- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି । ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିିତ ଓ ଶୃଙ୍ଖଳିତ ହେବ, ସେ ନେଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଲକ୍ଷାଧିକ ଭକ୍ତଙ୍କ ସମାଗମ ସମ୍ଭାବନାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି। ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି।

ଚଳିତମାସ ୧୧ ତାରିଖ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଶନିବାରଠାରୁ ପ୍ରତି ପଞ୍ଚାୟତରେ ଶ୍ରୀଜଗନ୍ନାଥ ପ୍ରଚାର ରଥ ବୁଲିବ। ଲୋକାର୍ପଣ ଉତ୍ସବରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ସିସିଟିଭି ବଳୟରେ ରହିବ ପୁରୀ ସହର । ଟ୍ରାଫିକ୍‌‌ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ ବୋଲି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ସୂଚନା ଦେଇଛନ୍ତି।

#Odia#Odisha#News
Share Article:

Related Articles