ଆଜିଠୁ ଶିଶିର ସରସ -୨୦୨୪, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଆଜିଠୁ ଆରମ୍ଭ ହେଉଛି ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ମେଳା ଶିଶିର ସରସ-୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ପକ୍ଷରୁ ଆୟୋଜିତ ହେଉଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ । ଭୁବନେଶ୍ବର ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ମେଳା ଆୟୋଜିତ ହେଉଛି, ଯାହା କି ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଦ୍ବାରା ପ୍ରାୟୋଜିତ ଶିଶିର [...]
ଭୁବନେଶ୍ବର – ଆଜିଠୁ ଆରମ୍ଭ ହେଉଛି ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ମେଳା ଶିଶିର ସରସ-୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ପକ୍ଷରୁ ଆୟୋଜିତ ହେଉଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ । ଭୁବନେଶ୍ବର ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ମେଳା ଆୟୋଜିତ ହେଉଛି, ଯାହା କି ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ।
କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଦ୍ବାରା ପ୍ରାୟୋଜିତ ଶିଶିର ସରସ ମେଳାରେ ଏଥର ମୋଟ ୪୦୦ଟି ଷ୍ଟଲ ଖୋଲାଯିବ। ଏସ୍.ଏଚ୍.ଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀଙ୍କ ହାତ ତିଆରି ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ବିଭିନ୍ନ ଷ୍ଟଲରେ ବିକ୍ରି ହେବ। ସେହିପରି ୨୪ଟି ଷ୍ଟଲକୁ ନେଇ ସ୍ବତନ୍ତ୍ର ଫୁଡ୍ କୋର୍ଟ ସହ ସେଲ୍ଫି ପଏଣ୍ଟ, ଓରମାସର ମାର୍କେଟିଂ, ଆଜୀବିକା ଓ ଦକ୍ଷତା ବିକାଶ ଆଦି କାର୍ଯ୍ୟକ୍ରମକୁ ନେଇ ସ୍ବତନ୍ତ୍ର ଥିମ୍ ଷ୍ଟଲ ପାଇଁ ମେଳାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସରକାରୀ ଫ୍ଲାଗସିପ୍ ଯୋଜନାଗୁଡ଼ିକୁ ନେଇ ମେଳାରେ ଆଇଇସି ଷ୍ଟଲ୍ ଖୋଲାଯିବାକୁ ଯୋଜନା ରଖାଯାଇଛି। ମେଳାରେ ମନୋରଞ୍ଜନ ପାଇଁ ପ୍ରଖ୍ୟାତ କଳାକାରମାନେ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ସେହିପରି ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ବ୍ୟାଟେରୀ ଚାଳିତ ଗାଡ଼ି, କୁନି ପିଲାଙ୍କ ମନୋରଞ୍ଜନ ପାଇଁ ସ୍ବତନ୍ତ୍ର କିଡ୍ ଜୋନ୍ର ବ୍ୟବସ୍ଥା କରାଯାଉଥିବା ସୂଚନା ଦିଆଯାଇଛି। ମେଳା ସମୟରେ ଭିଡ଼ ନିୟନ୍ତ୍ରଣ ଲାଗି ପୁଲିସ ଏବଂ ଟ୍ରାଫିକ ପୁଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରାଯିବ। ବିଭିନ୍ନ ଘରୋଇ ତଥା ରାଷ୍ଟ୍ରାୟତ୍ତ ବ୍ୟାଙ୍କ ପକ୍ଷରୁ ମେଳା ପରିସରରେ ଏଟିଏମ୍ ମେସିନ୍ ଲଗାଇବା, ପାନୀୟ ଜଳ ଯୋଗାଣ, ମେଳା ବୁଲିବାକୁ ଆସୁଥିବା ଲୋକଙ୍କ ପାଇଁ ଯାନ ରଖିବାକୁ ସ୍ବତନ୍ତ୍ର ପାର୍କିଂ ଜୋନ୍ ବ୍ୟବସ୍ଥା ରହିବ।
ବିଭିନ୍ନ ରାଜ୍ୟର ସାମଗ୍ରୀ ସହିତ ଓଡ଼ିଶାର ଆଦିବାସୀ ଅଳଙ୍କାର, ଡୋକ୍ରା ଜିନିଷ, ଟେରାକୋଟା, ଅଦରକାରୀ କାଗଜରୁ ତିଆରି ଘର ସାଜସଜା ସାମଗ୍ରୀ, ଖାଦ୍ୟ ଓ ମସଲା ଆଦି ଜିନିଷ ମେଳାରେ ବିକ୍ରିବଟା କରାଯିବ। ମେଳା ପ୍ରତିଦିନ ସକାଳ ୧୧ଟା ୩୦ରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ।
ଆଜିଠୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ, ୧୬ ଯାଏଁ ଚାଲିବ ପ୍ରକ୍ରିୟା
Next ArticleOnline Registration Starts For BSKY Nabin Card From Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
