ବାଲେଶ୍ଵର ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତିର କଲେ ସମୀକ୍ଷା
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯାଇ ବିଭୂତି ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି। ବାଲେଶ୍ଵରର ପୋଲିସ ଗ୍ରାଉଣ୍ଡର ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ୫-ଟି ଅଧ୍ୟକ୍ଷ। ଜିଲ୍ଲାର ସମସ୍ତ କଲେଜର ଛାତ୍ରଛାତ୍ରୀମାନଙ୍କ ସହ ନୂଆ-ଓ କାର୍ଯ୍ୟକ୍ରମରେ କଥାବାର୍ତ୍ତା କରିଥିଲେ ୫-ଟି ଅଧ୍ୟକ୍ଷ। [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯାଇ ବିଭୂତି ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି।
ବାଲେଶ୍ଵରର ପୋଲିସ ଗ୍ରାଉଣ୍ଡର ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ୫-ଟି ଅଧ୍ୟକ୍ଷ। ଜିଲ୍ଲାର ସମସ୍ତ କଲେଜର ଛାତ୍ରଛାତ୍ରୀମାନଙ୍କ ସହ ନୂଆ-ଓ କାର୍ଯ୍ୟକ୍ରମରେ କଥାବାର୍ତ୍ତା କରିଥିଲେ ୫-ଟି ଅଧ୍ୟକ୍ଷ। ନୂଆ-ଓ କାର୍ଯ୍ୟକ୍ରମ ଜରିଆରେ ଛାତ୍ରଛାତ୍ରୀମାନଙ୍କର ପ୍ରତିଭା ପ୍ରଦର୍ଶନ ସହ ସାମଗ୍ରିକ ଭାବେ ବ୍ୟକ୍ତିତ୍ୱ ବିକାଶ କିପରି ହୋଇପାରୁଛି, ସେ ନେଇ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ ।

ଫକୀରମୋହନ ମେଡିକାଲ କଲେଜ ଓ ହସପିଟାଲରେ ୩୬୯.୩୨ କୋଟି ଟଙ୍କାରେ ନିର୍ମାଣ ହେଉଥିବା ଟିଚିଂ ହସ୍ପିଟାଲ ଓ କ୍ୟାନସର ହସପିଟାଲର ଅଗ୍ରଗତିର ସମୀକ୍ଷା କରିଥିଲେ ୫-ଟି ଅଧ୍ୟକ୍ଷ । ଜିଲ୍ଲାର ଅନ୍ୟାନ୍ୟ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ମଧ୍ୟ ସେ ସମୀକ୍ଷା କରିଥିଲେ। ସାଳନ୍ଦୀ ମୁଖ୍ୟ କେନାଲ, ବଙ୍କାତୀର ବ୍ୟାରେଜ, ଭୋଗରାଇ ସଂସ୍କାର ଯୋଜନା, ପଞ୍ଚଲିଙ୍ଗେଶ୍ଵର ମନ୍ଦିର, କ୍ଷୀରଚୋରା ଗୋପୀନାଥ ମନ୍ଦିର ଓ ଚନ୍ଦନେଶ୍ଵର ମନ୍ଦିରର ଉନ୍ନତିକରଣ, ଶାନ୍ତିନିକେତନର ବିକାଶ ସମେତ ପ୍ରମୁଖ ସଡ଼କ ଓ ପୋଲ ପ୍ରକଳ୍ପର ସମୀକ୍ଷା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ଜୁନ ୨୦୨୩ରେ ପାଣ୍ଡିଆନଙ୍କ ବାଲେଶ୍ଵର ଜିଲ୍ଲା ଗସ୍ତ ବେଳେ ଜନଶୁଣାଣୀରେ ମିଳିଥିବା ଅନୁରୋଧ ପତ୍ର ଓ ଫିଡବ୍ୟାକ ଅନୁସାରେ ଜିଲ୍ଲାରେ କିଛି ବଡ଼ ପ୍ରକଳ୍ପ ହାତକୁ ନିଆଯାଇଛି ।
ପରେ ୫-ଟି ଅଧ୍ୟକ୍ଷ ନୀଳଗିରି ସବ୍ ଡିଭିଜନାଲ ହସ୍ପିଟାଲ ପରିଦର୍ଶନ କରିଥିଲେ । ହସ୍ପିଟାଲ ପରିସରରେ ଚାଲୁଥିବା ମିଶନ ଶକ୍ତି କାଫେ ବି ବୁଲି ଦେଖିଥିଲେ ପାଣ୍ଡିଆନ।

୫-ଟି ଅଧ୍ୟକ୍ଷ ବାହାନଗା ଗସ୍ତ କରିବା ସହ ଗତବର୍ଷ ଜୁନମାସରେ ଘଟିଥିବା ଭୟାବହ ଟ୍ରେନ ଦୁର୍ଘଟଣାରେ ମାନବୀୟ ସହାୟତା ପାଇଁ ସ୍ଥାନୀୟ ଲୋକଙ୍କୁ ପ୍ରଶଂସା କରି ଧନ୍ୟବାଦ ଜଣାଇଥିଲେ। ୫-ଟି ଉପକ୍ରମରେ ବାହାନଗା ସ୍କୁଲର ରୂପାନ୍ତରଣ ସହ ବାହାନଗା ଗ୍ରାମ ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଏବଂ ପିଏଚସିର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇ ଥିଲେ ୫-ଟି ଅଧ୍ୟକ୍ଷ। ବାଲେଶ୍ଵର, ସୋର ଓ ନୀଳଗିରିରେ ସେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ ।
Lok Seva Bhawan Garden to Remain Open for Public on Sundays and All Holidays This Month
Next Articleଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପର ହେବ ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ନିମନ୍ତ୍ରଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
