ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପର ହେବ ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ନିମନ୍ତ୍ରଣ
ଭୁବନେଶ୍ୱର – ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ଳମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ । ମା’ ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫-ଟି [...]
ଭୁବନେଶ୍ୱର – ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ଳମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।
ମା’ ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।
ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ।
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ।
ସୂଚନାଯୋଗ୍ୟ ଯେ, ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଆରମ୍ଭ କରିଥିଲେ । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତମାନଙ୍କ ପାଇଁ ଏକସ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।
ବାଲେଶ୍ଵର ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତିର କଲେ ସମୀକ୍ଷା
Next Articleଓରମାସ ମେଳାରେ ‘ମୋ ସ୍କୁଲ୍ ଅଭିଯାନ’ ଷ୍ଟଲ୍ , ପ୍ରଦର୍ଶିତ ହେଲା କଫି ଟେବୁଲ୍ ବୁକ୍, ସୂଚନାପତ୍ର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
