ସମ୍ବଲପୁରରେ ହେବ କ୍ରୀଡାର ବିକାଶ: ବୁର୍ଲା ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ସମ୍ବଲପୁର – ସମ୍ବଲପୁରରେ କ୍ରୀଡା କ୍ଷେତ୍ରରେ ବିକାଶ ପାଇଁ ୧୨୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁର୍ଲାରେ ୩୨ କୋଟି ବ୍ୟୟରେ ନିର୍ମିତ ଇନଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଏଥିସହ ୧୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ୟୁନିଭର୍ସିଟି ସ୍ପୋର୍ଟସ କମ୍ପ୍ଲେକ୍ସର ନିର୍ମାଣ ପାଇଁ ପ୍ରାୟ ୭୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । [...]
ଭୁବନେଶ୍ୱର/ସମ୍ବଲପୁର – ସମ୍ବଲପୁରରେ କ୍ରୀଡା କ୍ଷେତ୍ରରେ ବିକାଶ ପାଇଁ ୧୨୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁର୍ଲାରେ ୩୨ କୋଟି ବ୍ୟୟରେ ନିର୍ମିତ ଇନଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଏଥିସହ ୧୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ୟୁନିଭର୍ସିଟି ସ୍ପୋର୍ଟସ କମ୍ପ୍ଲେକ୍ସର ନିର୍ମାଣ ପାଇଁ ପ୍ରାୟ ୭୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି ।
୫-ଟି ଅଧୀନରେ ହେଉଥିବା ପ୍ରକଳ୍ପରେ ଲୋକଙ୍କୁ କେମିତି ସୁଫଳ ମିଳିବ ସେଥିପାଇଁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାରେ ଦିନକୁ ଦିନ ଫୁଟବଲ ପ୍ରତି ଯୁବବର୍ଗଙ୍କର ବଢୁଥିବା ଆଗ୍ରହକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏଥିପାଇଁ ଫୁଟବଲ ଏକାଡେମୀର ପ୍ରତିଷ୍ଠା କରାଯାଉଛି । ଏଥିରେ ଫିଫା ସ୍ୱୀକୃତିପ୍ରାପ୍ତ ଟର୍ଫ ଓ ଫ୍ଲଡଲାଇଟ ସିଷ୍ଟମ ରହିବ । ବୁର୍ଲା ଇନଡୋର ଷ୍ଟାଡିୟମରେ ୪୦୦ ଲୋକଙ୍କ ବସିବାର କ୍ଷମତା ରହିଥିବା ବେଳେ, ସେଣ୍ଟ୍ରାଲ ଏସିର ବ୍ୟବସ୍ଥା କରାଯାଇଛି । ଏହାସହ ଫାଷ୍ଟଏଡ ରୁମ୍, ଚେଞ୍ଜିଂ ରୁମ୍, ଜିମ୍ ରହିଛି । କ୍ୟାରମ, ଚେସ ଭଳି ଖେଳ ପାଇଁ ମଧ୍ୟ ବ୍ୟବସ୍ଥା ରହିଛି । ଖେଳାଳିଙ୍କୁ ଅନ୍ତର୍ଜାତୀୟ ସ୍ତରର ପ୍ରଦର୍ଶନ ପାଇଁ ଏହି ଇନଡୋର ଷ୍ଟାଡିୟମ ବେଶ ସହାୟକ ହେବ ।
ବିଶ୍ବବିଦ୍ୟାଳୟରେ ହେବାକୁ ଥିବା ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ହକି ଷ୍ଟାଡିୟମର ମଧ୍ୟ ନିର୍ମାଣ ହେବ । ଯେଉଁଥିରେ ଏକାଥରକେ ୩ ହଜାର ଲୋକ ବସିପାରିବେ । କାର୍ଯ୍ୟକ୍ରମକୁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପରିଚାଳନା କରିଥିଲେ ।
ଓରମାସ ମେଳାରେ ‘ମୋ ସ୍କୁଲ୍ ଅଭିଯାନ’ ଷ୍ଟଲ୍ , ପ୍ରଦର୍ଶିତ ହେଲା କଫି ଟେବୁଲ୍ ବୁକ୍, ସୂଚନାପତ୍ର
Next Articleସାଧାରଣ ଲୋକଙ୍କ ଠାରୁ ମତାମତ ଲୋଡ଼ିଲା ଏକକାଳୀନ ନିର୍ବାଚନ ପ୍ୟାନେଲ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
