କାଲିଠୁ ୩୧ ଯାଏଁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଏନଇଇଟି ଓ ଜେଇଇ କୋଚିଂ, ଟାଇମ ଟେବୁଲ୍ ଜାରି
ଭୁବନେଶ୍ବର – ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଆସନ୍ତାକାଲିଠାରୁ ୩୧ ତାରିଖ ଯାଏଁ ଏନ୍ଇଇଟି ଓ ଜେଇଇ କୋଚିଂ ଦିଆଯିବ । ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଟାଇମ ଟେବୁଲ ଜାରି କରାଯାଇଛି। ଇଚ୍ଛୁକ ଛାତ୍ରଛାତ୍ରୀମାନଙ୍କୁ ଅନଲାଇନରେ ରେଗୁଲାର କୋଚିଂ ଦିଆଯିବ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ ଏନ୍ଇଇଟି କୋଚିଂ । ସେହିପରି ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ ଜେଇଇ କୋଚିଂ । ବିଶେଷଜ୍ଞମାନେ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ [...]
ଭୁବନେଶ୍ବର – ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଆସନ୍ତାକାଲିଠାରୁ ୩୧ ତାରିଖ ଯାଏଁ ଏନ୍ଇଇଟି ଓ ଜେଇଇ କୋଚିଂ ଦିଆଯିବ । ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଟାଇମ ଟେବୁଲ ଜାରି କରାଯାଇଛି।
ଇଚ୍ଛୁକ ଛାତ୍ରଛାତ୍ରୀମାନଙ୍କୁ ଅନଲାଇନରେ ରେଗୁଲାର କୋଚିଂ ଦିଆଯିବ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ ଏନ୍ଇଇଟି କୋଚିଂ । ସେହିପରି ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ ଜେଇଇ କୋଚିଂ । ବିଶେଷଜ୍ଞମାନେ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ କୋଚିଂ ଦେବେ ।
ଅନଲାଇନ କୋଚିଂ ବ୍ୟବସ୍ଥା କରିବାକୁ ସିଏଚଏସଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜକୁୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବା ନେଇ ସିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ୪୦ରୁ ୫୦ ଛାତ୍ରଛାତ୍ରୀଙ୍କ ଲାଗି ଜଣେ ପରାମର୍ଶଦାତା ଶିକ୍ଷକ ଗାଇଡ୍ କରିବେ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ଦକ୍ଷତା ବୃଦ୍ଧି ଲାଗି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଏହି ବ୍ୟବସ୍ଥା କରିଛି ।
Bhitarakanika Bird Census: Number of Migratory Birds Rise
Next ArticleFree NEET, JEE Online Coaching For State Plus II Students To begin From Tomorrow
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
