ଆକାଶପଥରେ ଯୋଡି ହେଲା ମାଲକାନଗିରି, ବିମାନ ବନ୍ଦର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ ଆଗେଇଲା ମାଲକାନଗିରି । ଆକାଶପଥରେ ଯୋଡି ହୋଇ ଇତିହାସ ରଚିଲା ମାଲକାନଗିରି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରେ ଏକ ବିମାନ ବନ୍ଦର ଉଦ୍ଘାଟନ କରିଛନ୍ତି। ଏହା ଦ୍ୱାରା ମାଲକାନଗିରି ସ୍ୱପ୍ନ ପୂରଣ ହୋଇଛି। ମାଲକାନଗିରି ଆକାଶପଥ ମାନଚିତ୍ରରେ ସ୍ଥାନିତ ହୋଇଛି। ଏହା ଦ୍ୱାରା ମାଲକାନଗିରି ଜିଲ୍ଲା ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ ବୋଲି ମୁଖ୍ୟମନ୍ତ୍ରୀ [...]
ଭୁବନେଶ୍ବର – ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ ଆଗେଇଲା ମାଲକାନଗିରି । ଆକାଶପଥରେ ଯୋଡି ହୋଇ ଇତିହାସ ରଚିଲା ମାଲକାନଗିରି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରେ ଏକ ବିମାନ ବନ୍ଦର ଉଦ୍ଘାଟନ କରିଛନ୍ତି। ଏହା ଦ୍ୱାରା ମାଲକାନଗିରି ସ୍ୱପ୍ନ ପୂରଣ ହୋଇଛି। ମାଲକାନଗିରି ଆକାଶପଥ ମାନଚିତ୍ରରେ ସ୍ଥାନିତ ହୋଇଛି। ଏହା ଦ୍ୱାରା ମାଲକାନଗିରି ଜିଲ୍ଲା ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ ପୂର୍ବରୁ କୋରାପୁଟର ଜୟପୁର, କଳାହାଣ୍ଡିର ଉତ୍କେଲା, ରାଉରକେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ବିମାନବନ୍ଦର ସ୍ଥାପନ କରାଯାଇଛି। ଏହା ପରେ ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବାପରେ ସାରା ରାଜ୍ୟର ଦୂରବର୍ତ୍ତୀ ଅଞ୍ଚଳଗୁଡିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ। ଓଡିଶାରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଏହା ଖୁବ୍ ଗୁରୁତ୍ୱପୂର୍ଣ୍ଣ। ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ ଏବଂ ଏଥିରେ ୧୬୨୦ ମିଟର ଦୀର୍ଘ୍ୟ ଓ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି। ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।
ବିମାନବନ୍ଦର ଉଦ୍ଘାଟନ ସମୟରେ ମୁଖମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।
ଆଜି ମାଲକାନଗିରି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୪୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି।
ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗତବର୍ଷ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରି ଜିଲ୍ଲା ଗସ୍ତ କରି ସ୍ଥାନୀୟ ଜନସାଧାରଣଙ୍କ ସହିତ ସପ୍ତଧାରା ନଦୀରେ ଏକ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ । ଲୋକଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ପ୍ରାୟ ୪୦୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପର ଡିପିଆର ପ୍ରସ୍ତୁତ କରାଯାଇ ବୈଷୟିକ ପରାମର୍ଶଦାତା କମିଟିର ଅନୁମୋଦନ ନିମନ୍ତେ କେନ୍ଦ୍ରୀୟ ଜଳ ଆୟୋଗକୁ ପ୍ରେରଣ କରାଯାଇଅଛି । ଏହି ପ୍ରକଳ୍ପ ଅଧୀନରେ ସପ୍ତଧାରା ଓ ଗରିଆଠାରେ ଦୁଇଗୋଟି ଡ୍ୟାମ, ଏକ ସଂଯୋଗୀକରଣ ଟନେଲ ଓ ଭୂତଳ ପାଇପଲାଇନ ଦ୍ଵାରା ଜଳସେଚନର ବ୍ୟବସ୍ଥା ରହିଛି।
ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲ୍ଲାର ଚାରିଗୋଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିପୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା ସୃଷ୍ଟି କରାଯିବା ସହିତ ୧.୫୦ ଲକ୍ଷ ସ୍ଥାନୀୟ ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ କରାଯାଇପାରିବ।
ଆସନ୍ତା ଜୁଲାଇ ମାସ ସୁଦ୍ଧା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଅଛି।
President Murmu Confers OMC With Rashtriya Khel Protsahan Puruskar 2023
Next ArticleCrayons Wins Event Management Mandate for Nua-O District Festival in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
