୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଖୋର୍ଦ୍ଧାର ହାଭେଳି ପଡ଼ିଆରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇ କଲେଜ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ। କଠିନ ପରିଶ୍ରମ କରି ଆତ୍ମବିଶ୍ଵାସର [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି।
ଖୋର୍ଦ୍ଧାର ହାଭେଳି ପଡ଼ିଆରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇ କଲେଜ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ। କଠିନ ପରିଶ୍ରମ କରି ଆତ୍ମବିଶ୍ଵାସର ଆଗକୁ ବଢିବାକୁ ସେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ନୂଆ-ଓ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କ ସାମଗ୍ରିକ ବ୍ୟକ୍ତିତ୍ଵ ବିକାଶର ଏକ ମଞ୍ଚ ବୋଲି ସେ କହିଥିଲେ।
୫-ଟି ଅଧ୍ୟକ୍ଷ ବାଣପୁର ଭଗବତୀ ମନ୍ଦିର ପରିଦର୍ଶନ କରି ୩୩ କୋଟି ଟଙ୍କା ବ୍ୟୟରେ ଚାଲିଥିବା ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା କରିଥିଲେ । ୩୨ କୋଟି ଟଙ୍କା ବ୍ୟୟରେ ଚାଲିଥିବା ମା’ ଉଗ୍ରତାରା ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ । ସେ ପରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ମେଗା ପ୍ରକଳ୍ପଗୁଡିକର ଅଗ୍ରଗତିର ସମୀକ୍ଷା କରିଥିଲେ। ବେଗୁନିଆରେ ୧୦୦ ଶଯ୍ୟା ବିଶିଷ୍ଟ ସବଡିଭିଜନାଲ ହସ୍ପିଟାଲ ( ଏସଡିଏଚ ), ଖୋର୍ଦ୍ଧାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଓ ଖୋର୍ଦ୍ଧା ମ୍ୟୁନିସିପାଲିଟିର ୫ଟି ଭେଣ୍ଡିଂ ଜୋନର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ। ଗତବର୍ଷ ଅଗଷ୍ଟରେ ୫-ଟି ଅଧ୍ୟକ୍ଷଙ୍କ ଖୋର୍ଦ୍ଧା ଗସ୍ତ ବେଳେ ହୋଇଥିବା ଅନୁରୋଧ ଓ ଆବେଦନ ଭିତ୍ତିରେ ଉପରୋକ୍ତ ପ୍ରକଳ୍ପ କାର୍ଯ୍ୟ ସବୁ ହାତକୁ ନିଆଯାଇଛି।
୫-ଟି ଅଧ୍ୟକ୍ଷ ତିନିଟି ପ୍ରମୁଖ ଆଇଏସଏସ ପ୍ରକଳ୍ପର ମଧ୍ୟ ସମୀକ୍ଷା କରିଥିଲେ। ବାଣପୁରର ମିଶନ ଶକ୍ତି
କାଫେ ପରିଦର୍ଶନ କରି ସେ ମିଶନ ଶକ୍ତି ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ଗ୍ରାହକଙ୍କୁ ସ୍ୱାସ୍ଥ୍ୟକର ଓ ସୁଲଭ ଦରରେ ଖାଦ୍ୟ ଯୋଗାଇବା ପାଇଁ ସେମାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ ୫-ଟି ଅଧ୍ୟକ୍ଷ।
ନୟାଗଡ଼ ଜିଲ୍ଲା ଗସ୍ତ କରି ମଧ୍ୟ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ। କୁସୁମୀ ବ୍ୟାରେଜ, ନୀଳମାଧବ ମନ୍ଦିର ସମେତ ପ୍ରମୁଖ ସଡ଼କ ଓ ପୋଲ ପ୍ରକଳ୍ପର ସମୀକ୍ଷା କରିଥିଲେ ୫-ଟି ଅଧ୍ୟକ୍ଷ।
ଗସ୍ତ ସମୟରେ ୫-ଟି ଅଧ୍ୟକ୍ଷ ବାଣପୁରର ପଲଟନ ପଡିଆ ଓ ନୟାଗଡ଼ ଜିଲ୍ଲା ରଣପୁର ଜେଲ୍ ଛକ ଗ୍ରାଉଣ୍ଡରେ ସାଧାରଣ ଲୋକଙ୍କ ସହ ବିଚାରବିମର୍ଶ କରିଥିଲେ। ସେମାନଙ୍କ ସମସ୍ୟା ଓ ଆପତ୍ତି ଅଭିଯୋଗ ଶୁଣି ଖୁବ୍ ଶୀଘ୍ର ସମାଧାନର ପ୍ରତିଶ୍ରୁତି ଦେଇଥିଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ।
Odisha Police busts huge interstate job scam
Next Article5T Chairman Takes Stock of Progress of Various Development Projects in Khordha and Nayagarh Districts
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
