ଷ୍ଟାଇପେଣ୍ଡ୍ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନର୍ସିଂ ଓ ପାରା ମେଡିକାଲ ଛାତ୍ରଛାତ୍ରୀ
ଭୁବନେଶ୍ବର – ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରାୟ ୪୦୦ରୁ ଅଧିକ ନର୍ସିଂ, ଫାର୍ମାସୀ ଓ ଆନୁସଂଗିକ ମେଡିକାଲ ଛାତ୍ରଛାତ୍ରୀ ଭେଟି ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ, ଭଲ ଟ୍ରେନିଂ ନିଅନ୍ତୁ ଓ ଲୋକଙ୍କ ସେବା [...]
ଭୁବନେଶ୍ବର – ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରାୟ ୪୦୦ରୁ ଅଧିକ ନର୍ସିଂ, ଫାର୍ମାସୀ ଓ ଆନୁସଂଗିକ ମେଡିକାଲ ଛାତ୍ରଛାତ୍ରୀ ଭେଟି ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥିଲେ ।
ମୁଖ୍ୟମନ୍ତ୍ରୀ ସେମାନଙ୍କୁ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ, ଭଲ ଟ୍ରେନିଂ ନିଅନ୍ତୁ ଓ ଲୋକଙ୍କ ସେବା କରନ୍ତୁ । ରୋଗୀ ସେବାରେ ଜୀବନର ସାର୍ଥକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତ ସମୟରେ ସେ ବିଭିନ୍ନ ସ୍ବାସ୍ଥ୍ୟ ଶିକ୍ଷା ଅନୁଷ୍ଠାନକୁ ଯାଇଥିଲେ ଓ ସେଠାରେ ପିଲାମାନଙ୍କଠାରୁ ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ଅନୁରୋଧ ଗ୍ରହଣ କରିଥିଲେ । ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ଆପଣଙ୍କ ଅନୁରୋଧ ରକ୍ଷା କରିଛନ୍ତି । ତେଣୁ ଆପଣମାନେ ମନ ଦେଇ ଲୋକଙ୍କ ସେବା କରନ୍ତୁ ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତ ୩ ତାରିଖରେ ନର୍ସିଂ, ଡି ଫାର୍ମା, ଏ.ଏନ୍.ଏମ୍, କ୍ଲିନିକାଲ ସାଇକୋଲୋଜି ଆଦି ବିଷୟରେ ଟ୍ରେନିଂ ନେଉଥିବା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଥିଲେ ।
Odisha: 512 Asst Professors, Asst Training Officers, Junior Assistants Join Higher Education & Skill Development Departments
Next Articleପୂର୍ବତନ ସାଂସଦ ତଥା ବିଧାୟକ ସୁଶ୍ରୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
