News Room Odisha
BREAKING
Odia

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ : ‘ଭାଷା ହିଁ ଭବିଷ୍ୟତ’ ଟ୍ୟାଗଲାଇନ

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଲୋଗୋ ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, [...]

Admin•January 11, 2024
Share Article:

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ଲୋଗୋ ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରି ଆମ ମାଟିର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହେଉଛି ।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

#Odia#Odisha#News
Share Article:

Related Articles