ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଆଜିଠୁ ତ୍ରିଦିନାତ୍ମକ ଯଜ୍ଞ ପାଇଁ ପ୍ରସ୍ତୁତି, ଆଚାର୍ଯ୍ୟ ବରଣ କରିବେ ଗଜପତି ମହାରାଜା
ପୁରୀ – ଚଳିତମାସ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ପୌଷ ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀମନ୍ଦିର ଲୋକାର୍ପଣ ହେବ । ଲୋକାର୍ପଣ ପାଇଁ ହେବାକୁ ଥିବା ତ୍ରିଦିନାତ୍ମକ ଯଜ୍ଞ ପାଇଁ ଆଜିଠାରୁ ପ୍ରସ୍ତୁତି ଆରମ୍ଭ ହେଉଛି । ଜାନୁଆରୀ ୧୫ରୁ ଆରମ୍ଭ ହେବାକୁ ଥିବା ତ୍ରିଦିନାତ୍ମକ ଯଜ୍ଞ ପାଇଁ ଆଜି ଆଚାର୍ଯ୍ୟ ବରଣ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗତକାଲି ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା [...]
ପୁରୀ – ଚଳିତମାସ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ପୌଷ ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀମନ୍ଦିର ଲୋକାର୍ପଣ ହେବ । ଲୋକାର୍ପଣ ପାଇଁ ହେବାକୁ ଥିବା ତ୍ରିଦିନାତ୍ମକ ଯଜ୍ଞ ପାଇଁ ଆଜିଠାରୁ ପ୍ରସ୍ତୁତି ଆରମ୍ଭ ହେଉଛି । ଜାନୁଆରୀ ୧୫ରୁ ଆରମ୍ଭ ହେବାକୁ ଥିବା ତ୍ରିଦିନାତ୍ମକ ଯଜ୍ଞ ପାଇଁ ଆଜି ଆଚାର୍ଯ୍ୟ ବରଣ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗତକାଲି ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଓ ଲୋକାର୍ପଣ କାର୍ଯ୍ୟସୂଚୀରେ ମୋହର ଲାଗିଛି । ଚୂଡାନ୍ତ ହୋଇଥିବା କାର୍ଯ୍ୟସୂଚୀ ଅନୁସାରେ ଆଜି ଶୁକ୍ରବାର ପୌଷ ଶୁକ୍ଳ ଦ୍ଵିତୀୟାରେ ଶ୍ରୀନଅରରେ ଗଜପତି ମହାରାଜାଙ୍କ ଦ୍ୱାରା ଅପରାହ୍ନ ୫ଟାରୁ ୬ଟା ମଧ୍ୟରେ ଆଚାର୍ଯ୍ୟ ବରଣ ଏବଂ ସନ୍ଧ୍ୟା ସାଢ଼େ ୬ରୁ ରାତି ୮ଟା ମଧ୍ୟରେ ଅଙ୍କୁରାରୋପଣ ହେବ ।
୧୩ ତାରିଖ ପୂର୍ବାହ୍ନ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅଙ୍କୁରପୂଜନ ହେବ । ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁରପୂଜନ, ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ବଜା ସ୍ଥାପନ, ତୋରଣ ସ୍ଥାପନ କରାଯିବ ।
୧୫ ତାରିଖରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ, ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦ ପାରାୟଣ ଓ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ହେବ । ଅପରାହ୍ନ ୩ଟାରୁ ବୈଷ୍ଣବାଗ୍ନି ସଂସ୍କାର, ହବନ, ଆରତି, ପୁଷ୍ପାଞ୍ଜଳି, ପ୍ରଦକ୍ଷିଣ କରାଯିବ ।
୧୬ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା, ଶାଳ ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ହବନ, ଆରତି, ପୁଷ୍ପାଞ୍ଜଳି ପ୍ରଦକ୍ଷିଣ କରାଯିବ ।
୧୭ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ । ଦିନ ୧ଟା ୧୫ରୁ ୧ଟା ୩୦ ମିନିଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରିବେ । ଅପରାହ୍ନ ୧ଟା ୩୦ ମିନିଟରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ । ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ । ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ । ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ । ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋ’ର ବ୍ୟବସ୍ଥା କରାଯାଇଛି ।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleଆଜି କୃଷି ଓଡ଼ିଶା -୨୦୨୪ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
