୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ସମ୍ବଲପୁର ଗସ୍ତ : ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା
ଭୁବନେଶ୍ୱର -ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଗସ୍ତକାଳରେ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସେ ନୂଆ-ଓ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହୋଇ ସମ୍ବଲପୁରର ସମସ୍ତ କଲେଜରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଥିଲେ । ନୂଆ-ଓ ଭଳି କାର୍ଯ୍ୟକ୍ରମ ଯୁବଗୋଷ୍ଠୀ ପାଇଁ କିଭଳି ପ୍ରତିଭା [...]
ଭୁବନେଶ୍ୱର -ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଗସ୍ତକାଳରେ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସେ ନୂଆ-ଓ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହୋଇ ସମ୍ବଲପୁରର ସମସ୍ତ କଲେଜରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଥିଲେ । ନୂଆ-ଓ ଭଳି କାର୍ଯ୍ୟକ୍ରମ ଯୁବଗୋଷ୍ଠୀ ପାଇଁ କିଭଳି ପ୍ରତିଭା ପ୍ରଦର୍ଶନ ସହ ସାମଗ୍ରିକ ବ୍ୟକ୍ତିତ୍ଵ ବିକାଶର ଏକ ମଞ୍ଚ ସାଜିଛି, ସେ ନେଇ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ । ବଡ଼ ସ୍ୱପ୍ନ ଦେଖି କଠିନ ପରିଶ୍ରମ ସହ ଜୀବନର ଲକ୍ଷ୍ୟ ପୂରଣ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ ୫-ଟି ଅଧ୍ୟକ୍ଷ। ସଫଳତା ହାସଲ ପାଇଁ ଆତ୍ମବିଶ୍ଵାସର ସହ କଠିନ ପରିଶ୍ରମ କରିବାକୁ ପଡ଼ିବ ବୋଲି ସେ କହିବା ସହ ଏ କ୍ଷେତ୍ରରେ ଜିଲ୍ଲାର ଆଇଏଏସ ପି.କେ ମିଶ୍ରଙ୍କ ଭଳି ବ୍ୟକ୍ତି ବିଶେଷଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ।
ଗସ୍ତ ଅବସରରେ ୫-ଟି ଅଧ୍ୟକ୍ଷ ମା’ ସମଲେଶ୍ବରୀ ମନ୍ଦିର ପରିଦର୍ଶନ କରି ସମଲେଇ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କରିଥିଲେ । ୨୯୨ କୋଟି ଟଙ୍କା ବ୍ୟୟରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପର ଲୋକାର୍ପଣ ଆସନ୍ତା ୨୭ ତାରିଖରେ ହେବ । ଏଥିସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ରାଇରଖୋଲର ଜଗନ୍ନାଥ ମନ୍ଦିର ଓ ପଞ୍ଚଖଣ୍ଡ ମନ୍ଦିର ଏବଂ କନ୍ଧରାରେ ସନ୍ଥ କବି ଭୀମଭୋଇଙ୍କ ସ୍ମୃତି ପୀଠ ଓ ମଧୁପୁରରେ ପ୍ରାପ୍ତି ପୀଠର ନବୀକରଣ କାର୍ଯ୍ୟର ମଧ୍ୟ ତଦାରଖ କରିଥିଲେ। ଏଥିପାଇଁ ୧୩ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଗତବର୍ଷ ଜୁଲାଇରେ ସମ୍ବଲପୁର ଜିଲ୍ଲାକୁ ପାଣ୍ଡିଆନଙ୍କ ଗସ୍ତ ବେଳେ ଜନସାଧାରଣଙ୍କ ଅନୁରୋଧ ଓ ଦାବି ଅନୁସାରେ ପ୍ରମୁଖ ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯାଇଛି।
୫-ଟି ଅଧ୍ୟକ୍ଷ ଜିଲ୍ଲାରେ ୨୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେଉଥିବା ୪ଟି ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ବୁଢ଼ାରଜା ଠାରେ ଭେଡେନ ନଦୀ ଓ କୁଚିଣ୍ଡାର କିରାଶାସନ, ସଇଡା, ଗୋଚରାରେ ନିର୍ମିତ ହେଉଛି ଆଇଏସଏସ ପ୍ରକଳ୍ପ । ସମ୍ବଲପୁରର ୭ଟି ବ୍ଲକ ପାଇଁ ଉଦ୍ଦିଷ୍ଟ ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ , ୧୬ଟି ସଡ଼କ ନିର୍ମାଣ ପ୍ରକଳ୍ପ ଓ ୧୬ଟି ପୋଲ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ ।
କୁଚିଣ୍ଡା କଲେଜ ପଡିଆ ଓ ରାଇରଖୋଲର କଦମ ପଡ଼ିଆରେ ୫-ଟି ଅଧ୍ୟକ୍ଷ ସାଧାରଣ ଜନତାଙ୍କ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆପତ୍ତି ଅଭିଯୋଗ ଶୁଣି ଖୁବ୍ ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ।
Sambalpur: 5T Chairman Reviews Progress of Various Developmental Works on Second Day, Participates in Nua-O Fest
Next Article୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ୩୨୭ଟି ସ୍କୁଲ ଲୋକାର୍ପିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
