ରାଜ୍ୟବ୍ୟାପୀ ଅଭିଭାବକ -ଶିକ୍ଷକ ବୈଠକ
ଭୁବନେଶ୍ୱର -ରାଜ୍ୟବ୍ୟାପୀ ଅଭିଭାବକ- ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ଅଭିବୃଦ୍ଧି , ବାର୍ଷିକ ପରୀକ୍ଷା ପାଇଁ ପ୍ରସ୍ତୁତି ଓ ଚାପମୁକ୍ତ ଭାବରେ ପରୀକ୍ଷା ଦେବା ପାଇଁ ସେମାନଙ୍କ ମଧ୍ୟରେ ଉତ୍ସାହ ଆଣିବା ନିମନ୍ତେ ଅଭିଭାବକମାନଙ୍କୁ ସଚେତନ କରାଯାଇଥିଲା । ଏହି ସମ୍ମିଳନୀରେ ସମାପ୍ତି ସୂଚକ ଆକଳନ ଓ ଅଭିଭାବକଙ୍କର ଭୂମିକା , ପିଲାମାନଙ୍କର ମାନସିକ ଚାପ ଓ ଏହାର ଦୂରୀକରଣ , କ୍ୟାରିୟର କାଉନସେଲିଂ , ମୌଳିକ ସାକ୍ଷରତା ଓ [...]
ଭୁବନେଶ୍ୱର -ରାଜ୍ୟବ୍ୟାପୀ ଅଭିଭାବକ- ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ଅଭିବୃଦ୍ଧି , ବାର୍ଷିକ ପରୀକ୍ଷା ପାଇଁ ପ୍ରସ୍ତୁତି ଓ ଚାପମୁକ୍ତ ଭାବରେ ପରୀକ୍ଷା ଦେବା ପାଇଁ ସେମାନଙ୍କ ମଧ୍ୟରେ ଉତ୍ସାହ ଆଣିବା ନିମନ୍ତେ ଅଭିଭାବକମାନଙ୍କୁ ସଚେତନ କରାଯାଇଥିଲା । ଏହି ସମ୍ମିଳନୀରେ ସମାପ୍ତି ସୂଚକ ଆକଳନ ଓ ଅଭିଭାବକଙ୍କର ଭୂମିକା , ପିଲାମାନଙ୍କର ମାନସିକ ଚାପ ଓ ଏହାର ଦୂରୀକରଣ , କ୍ୟାରିୟର କାଉନସେଲିଂ , ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା , ଶିଶୁ ଯୌନ ଅପରାଧ ସୁରକ୍ଷା ଆଇନ୍ ୨୦୧୨ ଓ ବିଦ୍ୟାଳୟ ସୁରକ୍ଷା ନିୟମାବଳୀ – ୨୦୧୬ ଇତ୍ୟାଦି ଉପରେ ଆଲୋଚନା କରାଯାଇଥିଲା ।
ଏଠାରେ ପ୍ରକାଶ ଥାଉକି , ଅଭିଭାବକ- ଶିକ୍ଷକ ସମ୍ମିଳନୀ ରାଜ୍ୟବ୍ୟାପୀ ଗୋଟିଏ ଦିନରେ ଅନୁଷ୍ଠିତ ହୋଇଥିଲା । ଅଭିଭାବକମାନେ ସିଧାସଳଖ ବିଦ୍ୟାଳୟ ସହିତ ଯୋଡ଼ି ହୋଇ ଛାତ୍ରଛାତ୍ରୀ ତଥା ବିଦ୍ୟାଳୟ ଉନ୍ନତିକରଣ ପ୍ରକ୍ରିୟାରେ ସମ୍ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ମତବ୍ୟକ୍ତ କରିଥିଲେ । ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ଏହି ବୈଠକରେ ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ଅଭିଭାବକମାନେ ପ୍ରଶଂସା କରିଥିଲେ । ବୈଠକରେ ଶିକ୍ଷା ବିଭାଗର ବିଭିନ୍ନ ଅଧିକାରୀ ଯୋଗଦାନ କରି ତଦାରଖ ଓ ପରିଦର୍ଶନ କରିଥିଲେ ।
5T High School Transformation Programme: CM Naveen Dedicates 327 Transformed Schools in 6 Dists
Next Articleରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
