ଘରେ ଘରେ ଦୀପ ଜାଳି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଭିଡିଓ ବାର୍ତ୍ତା। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନ ଘରେ ଘରେ ଦୀପ ଜାଳି ଉତ୍ସବ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆନନ୍ଦ , ଭକ୍ତି ଓ ସମର୍ପଣ ଭାବ ସହ ଲୋକାର୍ପଣ ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୀପ ଜାଳିବା ସହ ଶଙ୍ଖ ଫୁଙ୍କି, ଘଣ୍ଟ ବଜାଇ ଓ ଭଜନ କୀର୍ତ୍ତନ କରି ଲୋକାର୍ପଣ ଉତ୍ସବ [...]
ଭୁବନେଶ୍ୱର – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଭିଡିଓ ବାର୍ତ୍ତା। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନ ଘରେ ଘରେ ଦୀପ ଜାଳି ଉତ୍ସବ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆନନ୍ଦ , ଭକ୍ତି ଓ ସମର୍ପଣ ଭାବ ସହ ଲୋକାର୍ପଣ ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୀପ ଜାଳିବା ସହ ଶଙ୍ଖ ଫୁଙ୍କି, ଘଣ୍ଟ ବଜାଇ ଓ ଭଜନ କୀର୍ତ୍ତନ କରି ଲୋକାର୍ପଣ ଉତ୍ସବ ପାଳିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାପ୍ରଭୁଙ୍କ ଇଚ୍ଛାରେ ହିଁ ସମ୍ଭବ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ସହ ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପ୍ରକଳ୍ପର ଲକ୍ଷ୍ୟ । ଏହି ପ୍ରକଳ୍ପ ପାଇଁ ତ୍ୟାଗ ଓ ଶ୍ରମଦାନ କରିଥିବା ବ୍ୟକ୍ତିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ମହାପ୍ରଭୁ ଶ୍ରୀଜଗନ୍ନାଥ ଆମ ସଂସ୍କୃତି, ପରମ୍ପରା, ଚେତନାର ଆଧାର। ତାଙ୍କ ଇଚ୍ଛାରେ ଆସନ୍ତା ଜାନୁୟାରୀ ୧୭ ତାରିଖରେ ‘ଶ୍ରୀମନ୍ଦିର ପରିକ୍ରମା’ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି। ଆସନ୍ତୁ ଏହି ଦିନଟିକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରି ଏହି ଉତ୍ସବରେ ଆନନ୍ଦ, ଭକ୍ତି ଓ ସମର୍ପଣ ଭାବ ସହ ସାମିଲ ହେବା। ସବୁ ସେହି ମହାପ୍ରଭୁଙ୍କ… pic.twitter.com/2JIW3rlMIc
— Naveen Patnaik (@Naveen_Odisha) January 15, 2024
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ପୁରୀରେ ୫-ଟି ଅଧ୍ୟକ୍ଷଙ୍କ ଉଚ୍ଚସ୍ତରୀୟ ବୈଠକ
Next Article5T Chairman Holds High Level Meeting ahead of Srimandir Parikrama Project Inauguration
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
