ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗ୍: ଅକ୍ଷର, ଯଶସ୍ବୀଙ୍କୁ କ୍ୟାରିୟର ଶ୍ରେଷ୍ଠ ମାନ୍ୟତା
ଦୁବାଇ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ଭଲ ପ୍ରଦର୍ଶନ ପରେ ଭାରତର ଯୁବ ଓପନର୍ ଯଶସ୍ୱୀ ଜୈସୱାଲ ଏବଂ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ଟି-୨୦ ମାନ୍ୟତାରେ ଉନ୍ନତି ଘଟିଛି । ଅକ୍ଷର ଓ ଯଶସ୍ବୀ ର଼୍ୟାଙ୍କିଙ୍ଗରେ ବଡ଼ ଲମ୍ଫ ସହ କ୍ୟାରିୟରର ଶ୍ରେଷ୍ଠ ମାନ୍ୟତା ହାସଲ କରିଛନ୍ତି | ଅକ୍ଷର ବୋଲରଙ୍କ ତାଲିକାରେ ଶ୍ରେଷ୍ଠ ୫ରେ ସ୍ଥାନ ପାଇଥିବା ବେଳେ ଯଶସ୍ୱୀ ବ୍ୟାଟ୍ସମ୍ୟାନ୍ ତାଲିକାରେ ଶ୍ରେଷ୍ଠ ୧୦ରେ ପ୍ରବେଶ କରିଛନ୍ତି। ଅର୍ଶଦୀପ ସିଂହ ମଧ୍ୟ ଉପରକୁ ଉଠିଛନ୍ତି। [...]
ଦୁବାଇ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ଭଲ ପ୍ରଦର୍ଶନ ପରେ ଭାରତର ଯୁବ ଓପନର୍ ଯଶସ୍ୱୀ ଜୈସୱାଲ ଏବଂ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ଟି-୨୦ ମାନ୍ୟତାରେ ଉନ୍ନତି ଘଟିଛି । ଅକ୍ଷର ଓ ଯଶସ୍ବୀ ର଼୍ୟାଙ୍କିଙ୍ଗରେ ବଡ଼ ଲମ୍ଫ ସହ କ୍ୟାରିୟରର ଶ୍ରେଷ୍ଠ ମାନ୍ୟତା ହାସଲ କରିଛନ୍ତି | ଅକ୍ଷର ବୋଲରଙ୍କ ତାଲିକାରେ ଶ୍ରେଷ୍ଠ ୫ରେ ସ୍ଥାନ ପାଇଥିବା ବେଳେ ଯଶସ୍ୱୀ ବ୍ୟାଟ୍ସମ୍ୟାନ୍ ତାଲିକାରେ ଶ୍ରେଷ୍ଠ ୧୦ରେ ପ୍ରବେଶ କରିଛନ୍ତି। ଅର୍ଶଦୀପ ସିଂହ ମଧ୍ୟ ଉପରକୁ ଉଠିଛନ୍ତି।
ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ଚମତ୍କାର ପ୍ରଦର୍ଶନ କରିଥିବା ଅକ୍ଷର ପଟେଲ ଟି-୨୦ ଅନ୍ତର୍ଜାତୀୟ ଶ୍ରେଷ୍ଠ ବୋଲର ତାଲିକାରେ ୧୨ଟି ସ୍ଥାନ ଉଠି ପଞ୍ଚମ ସ୍ଥାନରେ ପହଞ୍ଚିଥିବା ବେଳେ ଅର୍ଶଦୀପ ସିଂ ମଧ୍ୟ ଚାରିଟି ସ୍ଥାନ ଉଠିଛନ୍ତି ।
ବୋଲରଙ୍କ ବ୍ୟତୀତ ଯଶସ୍ୱୀ ଜୈସୱାଲ ବ୍ୟାଟିଂରେ ୭ଟି ସ୍ଥାନ ଲମ୍ଫ ନିଜ କ୍ୟାରିୟର ଶ୍ରେଷ୍ଠ ସ୍ଥାନ ହାସଲ କରିଛନ୍ତି। ଜୟସ୍ୱାଲ ବ୍ୟାଟ୍ସମ୍ୟାନ୍ ତାଲିକାରେ ଷଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ସୂର୍ଯ୍ୟକୁମାର ଯାଦବ ଟି-୨୦ରେ ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ଭବେ ସ୍ଥାନ ବଜାୟ ରଖିଛନ୍ତି ।
Parikrama Prakalpa: A Promise Made and Delivered with Duty and Devotion
Next Article30,000 Diyas Lighted by Students of Vikash Residential School Bhubaneswar in Celebration of Shree Mandira Parikrama Prakalpa
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
