୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ( ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡାରେ ୧୫ ହଜାରରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ( ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡାରେ ୧୫ ହଜାରରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ। ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ। ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଆଜି ୧୩ଟି ଜିଲ୍ଲା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖାଗଲା। ଏଥି ସହିତ ସେ ଆହୁରି ମଧ୍ୟ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି। ତାଙ୍କ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା। ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫-ଟି ଉପକ୍ରମରେ ଏହି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ କାର୍ଯ୍ୟ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି ପ୍ରକଳ୍ପଗୁଡିକର ନିର୍ମାଣ କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି। ଏହି ପ୍ରକଳ୍ପ ଦ୍ୱାରା କୌଣସି ଲୋକ ବିସ୍ଥାପିତ ହେବେ ନାହିଁ। ରାଜ୍ୟରେ ଚାଷୀମାନଙ୍କର କଲ୍ୟାଣ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପ୍ରକଳ୍ପ ଚାଷୀର ବିକାଶ ଓ ପରିବେଶର ସୁରକ୍ଷା ପାଇଁ ଉଦ୍ଦିଷ୍ଟ । କାଳିଆ ଯୋଜନା, କୃଷକମାନଙ୍କ ପାଇଁ ବିନା ସୁଧରେ ଋଣ ସୁବିଧା, ଶସ୍ୟ ବୀମା ପ୍ରିମିୟମ ପ୍ରଦାନ ଇତ୍ୟାଦି କାର୍ଯ୍ୟକ୍ରମ ରାଜ୍ୟରେ ଚାଷୀମାନଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରିଛି। ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ। ସେମାନଙ୍କ ଉନ୍ନତି ପାଇଁ ଆମେ କାମ କରୁଛୁ ଓ ଆଗାମୀ ଦିନରେ କାମ କରି ଚାଲିବୁ ସେ କହିଥିଲେ।
କାର୍ଯ୍ୟକ୍ରମରେ ଯୋଗ ଦେଇ ବଲାଙ୍ଗୀରରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ଚାଷୀମାନଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି। ଖରାଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି।
କେନ୍ଦ୍ରାପଡ଼ା ମହାକାଳପଡାଠାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡାର ସବୁ ବିକାଶ କାର୍ଯ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି ବୋଲି ପ୍ରକାଶ କରି ସେ କେନ୍ଦ୍ରାପଡାବାସୀଙ୍କୁ ଧନ୍ୟବାଦ ଦେଇଥିଲେ। କେନ୍ଦ୍ରାପଡାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ ବୋଲି ପ୍ରକାଶ କରି ସେ କହିଲେ ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ।
ବଉଦ କଣ୍ଟାମାଳରେ ଉପସ୍ଥିତ ବିଧାୟକ ମହିଧର ରଣା ମଧ୍ୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।
କାର୍ଯ୍ୟକ୍ରମରେ ଉପସ୍ଥିତ ତିନି ଜଣ ଚାଷୀ ସେମାନଙ୍କ ମତାମତ ଦେଇଥିଲେ। କେସିଙ୍ଗାରେ ପାନାଲାଲ ବେମାଲ, ଆଖୁଆପଦାରେ ଶରତ ଚନ୍ଦ୍ର ଜେନା ଓ ବୀରମହାରାଜପୁରରେ ବିବଶ୍ୱତି ପଣ୍ଡା ପ୍ରମୁଖ ମତ ଦେଇ କହିଲେ ଯେ ଏହି ପ୍ରକଳ୍ପ ଦ୍ୱାରା ସେମାନଙ୍କ ଭଳି ଚାଷୀମାନଙ୍କର ମରୁଡି ସମସ୍ୟା ଦୂର ହେବ । ସେମାନେ ବିଭିନ୍ନ ପ୍ରକାର ଚାଷ କରିପାରିବେ ଓ ପିଇବା ପାଣିର ସମସ୍ୟା ମଧ୍ୟ ରହିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।
ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିତ୍କ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇଥିଲେ। ବିଭାଗୀୟ ଇଆଇସି ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
Kenduapada RI Under Vigilance Net; Simultaneous Searches Continue At Three Places
Next ArticleCM Lays Foundation for 19 Instream Storage Structures in 13 Dists
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
