News Room Odisha
BREAKING
Odia

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ – ପୁରୀ ମହାରାଜା ସାକ୍ଷାତ ଆଲୋଚନା : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନବୀନଙ୍କୁ ଧନ୍ୟବାଦ ଜଣାଇଲେ ଗଜପତି

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି ପୁରୀ ମହାରାଜା ଗଜପତି ଦିବ୍ୟସିଂହ ଦେବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମହାରାଜା ଧନ୍ୟବାଦ ଜଣାଇବା ସହ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ। ଲୋକାର୍ପଣ ପାଇଁ ଅନୁଷ୍ଠିତ ତିନି ଦିନିଆ ଯଜ୍ଞରେ ପୂର୍ଣ୍ଣାହୁତି ଦେଇଥିଲେ ଗଜପତି ମହାରାଜା। ପରିକ୍ରମା ପ୍ରକଳ୍ପ [...]

Admin•January 20, 2024
Share Article:

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି ପୁରୀ ମହାରାଜା ଗଜପତି ଦିବ୍ୟସିଂହ ଦେବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମହାରାଜା ଧନ୍ୟବାଦ ଜଣାଇବା ସହ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି।

ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ। ଲୋକାର୍ପଣ ପାଇଁ ଅନୁଷ୍ଠିତ ତିନି ଦିନିଆ ଯଜ୍ଞରେ ପୂର୍ଣ୍ଣାହୁତି ଦେଇଥିଲେ ଗଜପତି ମହାରାଜା। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଓ ପୁରୀ ମହାରାଜା ବେଶ୍ ଭାବବିହ୍ୱଳ ହୋଇ କଥାବାର୍ତ୍ତା କରୁଥିବା ଦେଖାଯାଇଥିଲା ।

ପରିକ୍ରମା ପ୍ରକଳ୍ପ ମୁଖ୍ୟତଃ ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତ ଓ ତୀର୍ଥଯାତ୍ରୀଙ୍କୁ ମୌଳିକ ସୁବିଧା ପ୍ରଦାନ କରିବା ଉଦେଶ୍ୟରେ କରାଯାଇଛି। ଏଥିସହ ମେଘନାଦ ପ୍ରାଚୀର କଡ଼େ କଡ଼େ ବାହ୍ୟ ପରିକ୍ରମାର ଦିବ୍ୟ ଅନୁଭବ ପ୍ରଦାନ କରିବା ପାଇଁ ମଧ୍ୟ ଶ୍ରୀମନ୍ଦିର ଚୌହଦୀର ୭୫ ମିଟର ପରିଧିକୁ ନୂଆ ରୂପ ଦିଆଯାଇଛି। ଯାହା ଫଳରେ ଭକ୍ତଟିଏ ଶ୍ରୀମନ୍ଦିର ପରିକ୍ରମା କରିପାରିବ।

#Odia#Odisha#News
Share Article:

Related Articles