ମୋକିମ ଓ ଚିରଞ୍ଜୀବଙ୍କ ଉପରୁ ନିଲମ୍ବନ ହଟାଇଲା କଂଗ୍ରେସ
ଭୁବନେଶ୍ବର – ତିନି ବରିଷ୍ଠ ନେତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଛି କଂଗ୍ରେସ। ମହମ୍ମଦ ମୋକିମ, ଚିରଞ୍ଜୀବ ବିଶ୍ବାଳ ଓ କୃଷ୍ଣଚନ୍ଦ୍ର ସଗରିଆଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଛି। ଗତବର୍ଷ ଜୁଲାଇରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳଙ୍କୁ ଦଳ ନିଲମ୍ବନ କରିଥିଲା।ସୂଚନାଯୋଗ୍ୟ,ଗତବର୍ଷ ମେ’ ୮ ତାରିଖରେ ଭୁବନେଶ୍ୱରରେ ମହମ୍ମଦ ମୋକିମଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଦୁଇ ନେତା ବିବାଦୀୟ ବୟାନ ଦେଇଥିଲେ। ଏଥିପାଇଁ ଏଆଇସିସି ଶୃଙ୍ଖଳା [...]
ଭୁବନେଶ୍ବର – ତିନି ବରିଷ୍ଠ ନେତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଛି କଂଗ୍ରେସ। ମହମ୍ମଦ ମୋକିମ, ଚିରଞ୍ଜୀବ ବିଶ୍ବାଳ ଓ କୃଷ୍ଣଚନ୍ଦ୍ର ସଗରିଆଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଛି। ଗତବର୍ଷ ଜୁଲାଇରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳଙ୍କୁ ଦଳ ନିଲମ୍ବନ କରିଥିଲା।ସୂଚନାଯୋଗ୍ୟ,ଗତବର୍ଷ ମେ’ ୮ ତାରିଖରେ ଭୁବନେଶ୍ୱରରେ ମହମ୍ମଦ ମୋକିମଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଦୁଇ ନେତା ବିବାଦୀୟ ବୟାନ ଦେଇଥିଲେ। ଏଥିପାଇଁ ଏଆଇସିସି ଶୃଙ୍ଖଳା କମିଟି ଉଭୟଙ୍କୁ ନିଲମ୍ବନ କରିଥିଲା । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା ଓ କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ୨୦୧୯ ଜାନୁଆରୀରେ ଦଳରୁ ନିଲମ୍ବନ କରାଯାଇଥିଲା। ଏବେ ସଗରିଆଙ୍କ ସଗରିଆଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର ହୋଇଥିଲେ ମଧ୍ୟ ଶ୍ରୀକାନ୍ତ ଜେନାଙ୍କ ନିଲମ୍ବନ ବଳବତ୍ତର ରହିଛି ।
କୁନୋରେ ତିନି ଶାବକଙ୍କୁ ଜନ୍ମ ଦେଲା ଚିତା ‘ଜ୍ୱାଲା’
Next Article୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗଜପତି ଜିଲ୍ଲା ଗସ୍ତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
