ଓଡ଼ିଆ ବିଶ୍ୱବିଦ୍ୟାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ , ଓଡ଼ିଆ ଭାଷାର ସୁରକ୍ଷା ପାଇଁ ସଂଘର୍ଷ କରିଥିବା ବରପୁତ୍ରମାନଙ୍କୁ କଲେ ସ୍ମରଣ
ଭୁବନେଶ୍ୱର – ଉଦଘାଟିତ ହୋଇଛି ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ । ବିଶ୍ୱବିଦ୍ୟାଳୟର ନୂଆ ସୌଧକୁ ଭର୍ଚୁଆଲ ମୋଡରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା ଓଡିଆ ଭାଷାର ଗାରିମା ସମ୍ପର୍କରେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉତ୍କଳମଣି ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ । ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡିଶାର [...]
ଭୁବନେଶ୍ୱର – ଉଦଘାଟିତ ହୋଇଛି ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ । ବିଶ୍ୱବିଦ୍ୟାଳୟର ନୂଆ ସୌଧକୁ ଭର୍ଚୁଆଲ ମୋଡରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା ଓଡିଆ ଭାଷାର ଗାରିମା ସମ୍ପର୍କରେ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉତ୍କଳମଣି ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ । ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଛନ୍ତି । ଫେବ୍ରୁଆରୀ ୩ ତାରିଖରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ସାରା ଓଡିଆ ଜାତି ପାଇଁ ଗୌରବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ଯେ, ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ । ଏହାକୁ ଯେତେ ଅଧିକ ବ୍ୟବହାର କରିବା ଏହା ସେତେ ସମୃଦ୍ଧ ହେବ । ଏ ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏକ ବଡ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
୨୦୧୯ ମସିହା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ସତ୍ୟବାଦୀ ରେ ଓଡିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଥିଲେ। ୯ ଏକର ଜାଗାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କରାଯାଇଛି। ବିଶ୍ୱବିଦ୍ୟାଳୟ ପରିସରରେ ୮ଟି କ୍ଲାସରୁମ, ଇ-ଲାଇବ୍ରେରୀ , ଲାଇବ୍ରେରୀ, ଛାତ୍ରାବାସ, ଛାତ୍ରୀବାସ, କ୍ୟାଣ୍ଟିନ ଓ ପ୍ରାଶାସନିକ କୋଠା ମଧ୍ୟ ରହିଛି। ଏହା ସହିତ ସାକ୍ଷୀଗୋପୀନାଥଙ୍କ ଏକ ପୁଷ୍କରିଣୀର ପୁନଃରୁଦ୍ଧାର କରାଯାଇଛି।
ବାଙ୍ଗିରିପୋଷି ଘାଟିରେ ଓଲଟିଲା ଯାତ୍ରା ପାର୍ଟି ଟ୍ରକ, ୬ ମୃତ
Next Article‘ଇଣ୍ଡିଆ’ ମେଣ୍ଟକୁ ବଡ଼ ଝଟକା, ଲୋକସଭା ନିର୍ବାଚନ ଏକା ଲଢ଼ିବ ତୃଣମୂଳ କଂଗ୍ରେସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
