ରାଜ୍ୟରେ ପୃଥକ ପୃଥକ ସଡ଼କ ଦୁର୍ଘଟଣାରେ ୬ ମୃତ
ଆସିକା – ଆଜି ରାଜ୍ୟରେ ଦୁଇ ପୃଥକ ପୃଥକ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏକାଧିକ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଆସିକା ଥାନା ଖଡ଼ଭାଗ ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଏକ ଯାତ୍ରୀବାହୀ ବସ୍ ଓ ପିକ ଅପ୍ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଓ ଜଣେ ମହିଳା [...]
ଆସିକା – ଆଜି ରାଜ୍ୟରେ ଦୁଇ ପୃଥକ ପୃଥକ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏକାଧିକ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଆସିକା ଥାନା ଖଡ଼ଭାଗ ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଏକ ଯାତ୍ରୀବାହୀ ବସ୍ ଓ ପିକ ଅପ୍ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ପିକଅପ୍ ଭ୍ୟାନରେ ଚାପି ହୋଇ କିଛି ସମୟ ରହିଥିଲା ମୃତଦେହ। ଘଟଣାସ୍ଥଳରେ ଆସିକା ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ପିକଅପ୍ ଭ୍ୟାନ କାଟି ମୃତଦେହ ଉଦ୍ଧାର କରିଥିଲେ। ବସଟି ବ୍ରହ୍ମପୁରରୁ ଆସିକା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ପିକ୍ଅପ୍ ଭ୍ୟାନ ଆସୁଥିଲା ।

ସେପଟେ କୋରାପୁଟ ଜିଲ୍ଲାରେ ଏକ ସଡକ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଜିଲ୍ଲାର ବୋରିଗୁମ୍ମା ବିଜାପୁରରେ ଅଟୋ ଓ କାର୍ ମଧ୍ୟରେ ଧକ୍କା ହେବାରୁ ୩ ଜଣ ପ୍ରାଣ ହରାଇଛନ୍ତି ଓ ୧୩ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କୋରାପୁଟ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ସାଧାରଣତନ୍ତ୍ର ଦିବସ ପରେଡରେ ଭାରତର ସାମରିକ କ୍ଷମତା ଓ ନାରୀ ଶକ୍ତିର ପ୍ରଦର୍ଶନ
Next Articleବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ , ମୃତକଙ୍କ ନିକଟଆତ୍ମୀୟଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
