ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ସାହସିକତା , ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ
ଭୁବନେଶ୍ୱର – ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଆରକ୍ଷୀ ବାହିନୀ , ରାଜ୍ୟ ଅଗ୍ନିଶମ , ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଆଜି ରାଜ୍ୟପାଳ ରଘୁବର ଦାସ ୨୦୨୩ ମସିହା ପାଇଁ ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି । ଆଜି ସ୍ଥାନୀୟ ଲୋକସେବା ଭବନ କନ୍ଭେନ୍ସନ୍ ହଲ୍ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ [...]
ଭୁବନେଶ୍ୱର – ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଆରକ୍ଷୀ ବାହିନୀ , ରାଜ୍ୟ ଅଗ୍ନିଶମ , ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଆଜି ରାଜ୍ୟପାଳ ରଘୁବର ଦାସ ୨୦୨୩ ମସିହା ପାଇଁ ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି । ଆଜି ସ୍ଥାନୀୟ ଲୋକସେବା ଭବନ କନ୍ଭେନ୍ସନ୍ ହଲ୍ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ରାଜ୍ୟ ଆରକ୍ଷୀ ବାହିନୀର ୪ ଜଣଙ୍କୁ ସେମାନଙ୍କ ମାଓ ବିରୋଧ ଅଭିଯାନ ପାଇଁ ରାଷ୍ଟ୍ରପତିଙ୍କ ଦ୍ଵାରା ପ୍ରଦତ୍ତ ସାହସିକତା ପଦକ ଓ ମାନପତ୍ର ପ୍ରଦାନ କରିଥିଲେ । ସେହିପରି ଦୁଇଜଣ ଆରକ୍ଷୀ ଅଧିକାରୀଙ୍କୁ ତାଙ୍କର ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ସହ ୧୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିବାବେଳେ ୧୧ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ତାଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ସହ ୭ ହଜାର ୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା ।

୨୦୨୩ ମସିହା ସ୍ଵାଧୀନତା ଦିବସ ନିମନ୍ତେ ରାଜ୍ୟ ଆରକ୍ଷୀ ବାହିନୀର ୨୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟପାଳ ପଦକ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ରାଜ୍ୟ ଅଗ୍ନିଶମ ସେବା ବର୍ଗର ଜଣଙ୍କୁ ୨୦୨୩ ସ୍ଵାଧୀନତା ଦିବସ ପାଇଁ ରାଷ୍ଟ୍ରପତିଙ୍କ ପ୍ରଦତ୍ତ ସାହସିକତା ପଦକ ପ୍ରଦାନ କରାଯାଇଥିବାବେଳେ ଦୁଇଜଣଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଥିଲା I ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ବର୍ଗରେ ୩ ଜଣଙ୍କୁ ରାଷ୍ଟ୍ରପତିଙ୍କ ପ୍ରଦତ୍ତ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଥିଲା । ଅଗ୍ନିଶମ ଓ ଜରୁରୀକାଳୀନ ସେବା ବର୍ଗର ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ୨୦୨୩ ସ୍ଵାଧୀନତା ଦିବସ ପାଇଁ ରାଜ୍ୟପାଳ ପଦକ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଓଡ଼ିଶା କାରାଗାର ସଂଗଠନରେ କାର୍ଯ୍ୟରତ ୫ ଜଣ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠ ଓ ବୃତ୍ତିଗତ ନୈପୁଣ୍ୟ ପାଇଁ ୨୦୨୩ ସ୍ଵାଧୀନତା ଦିବସ ପାଇଁ ପ୍ରଶଂସନୀୟ ସଂସ୍କାର ସେବା ପଦକ , ୭୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା ।
ଏହି ଅବସରରେ ୨୦୨୪ ସାଧାରଣତନ୍ତ୍ର ଦିବସ ପାଇଁ ପଦକ ତାଲିକା ଘୋଷଣା କରାଯାଇଥିଲା । ଏଥିରେ ସାହସିକତା , ବିଶିଷ୍ଟ ସେବା ଓ ଉଲ୍ଲେଖନୀୟ ସେବା ପାଇଁ ୩୩ ଜଣଙ୍କ ନାମ ଘୋଷଣା ହୋଇଛି । ଏହି ଅବସରରେ ଅତିଥି ଭାବେ ଉପସ୍ଥିତ ରହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ପଦକ , ମାନପତ୍ର ଓ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ,ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଥମ ଟେଷ୍ଟ: ଭାରତର ସ୍ଥିତି ମଜଭୁତ କଲେ ରାହୁଲ, ଜାଡେଜା, ୧୭୫ ରନରେ ଅଗ୍ରଣୀ
Next Articleପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ରୁତତମ ତ୍ରିଶତକ ସହ ରେକର୍ଡ ବୁକରେ ତନ୍ମୟ ଅଗ୍ରୱାଲ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
