ଆଦିବାସୀ ମେଳା ଉଦଘାଟିତ
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା- ୨୦୨୪ ଆରମ୍ଭ ହୋଇଛି। ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଉଦଘାଟନ କରିଥିଲେ । ଫେବ୍ରୁଆରୀ ୫ ତାରିଖ ଯାଏଁ ଚାଲିବ ମେଳା । ମେଳାରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳାସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ [...]
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା- ୨୦୨୪ ଆରମ୍ଭ ହୋଇଛି। ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଉଦଘାଟନ କରିଥିଲେ ।
ଫେବ୍ରୁଆରୀ ୫ ତାରିଖ ଯାଏଁ ଚାଲିବ ମେଳା । ମେଳାରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳାସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ କରାଯିବ । ଅପରାହ୍ନ ଅଢ଼େଇଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ ।

ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି ଚାହିଦା ଅନୁଯାୟୀ ନିକଟ ଭବିଷ୍ୟତରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳାସାମଗ୍ରୀ, ଲଘୁ ବନଜାତ ଆଦି ଦ୍ରବ୍ୟର ବିକ୍ରି ପାଇଁ ରାଜଧାନୀ ଭୁବନେଶ୍ୱରରେ ଏକ ସ୍ଥାୟୀ ସୁବିଧା ପ୍ରଦାନ କରିବାକୁ ବ୍ୟବସ୍ଥା କରାଯିବ।
ଆଦିବାସୀ ମେଳାରେ ଏଥର ୧୦୯ଟି ଷ୍ଟଲ୍ ଲାଗିଛି । ୧୦ଟି ଜନଜାତିଙ୍କ ଘର ମଧ୍ୟ ପ୍ରଦର୍ଶିତ ହେଉଛି। ଉଦଘାଟନୀ ଅବସରରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଷ୍ଟଲ୍ ଗୁଡ଼ିକ ବୁଲିବା ସହ ଦାରିଙ୍ଗିବାଡିର ହର୍ବାଲ ଟି’ ପିଇଥିଲେ।
ଦଶପଲ୍ଲା ନିକଟରେ ଟ୍ରକ୍ – ପିକନିକ ବସ୍ ଧକ୍କା : ୩ ମୃତ , ୧୧ ଆହତ
Next Articleସୋସିଆଲ ମିଡିଆରେ ମା’ ସମଲେଶ୍ବରୀଙ୍କ ମହିମା ବନ୍ଦନା ପୋଷ୍ଟ କଲେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
