ବହୁବର୍ଷର ସ୍ୱପ୍ନ ସାକାର : ସମଲେଇ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର – ଲୋକାର୍ପିତ ହୋଇଛି ଭବ୍ୟ ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ ମା’ ସମଲେଶ୍ବରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ମା’ଙ୍କ ପାଖରେ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରକଳ୍ପ ଲୋକାର୍ପଣ ସହ ସମ୍ବଲପୁର ସମେତ ସାରା ପଶ୍ଚିମ ଓଡ଼ିଶାବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି । ୪୦ ଏକର ଜମିରେ ପ୍ରାୟ ୨୦୦ କୋଟି ଟଙ୍କା ବ୍ୟୟରେ ସମଲେଇ ପ୍ରକଳ୍ପ [...]
ସମ୍ବଲପୁର – ଲୋକାର୍ପିତ ହୋଇଛି ଭବ୍ୟ ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ ମା’ ସମଲେଶ୍ବରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ମା’ଙ୍କ ପାଖରେ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରକଳ୍ପ ଲୋକାର୍ପଣ ସହ ସମ୍ବଲପୁର ସମେତ ସାରା ପଶ୍ଚିମ ଓଡ଼ିଶାବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି । ୪୦ ଏକର ଜମିରେ ପ୍ରାୟ ୨୦୦ କୋଟି ଟଙ୍କା ବ୍ୟୟରେ ସମଲେଇ ପ୍ରକଳ୍ପ କାର୍ଯ୍ୟ ହୋଇଛି । ୨୦୨୧ ମସିହାରେ ସମଲେଇ ପ୍ରକଳ୍ପର ପରିକଳ୍ପନା କରିଥିଲେ ମୁଖ୍ୟମନ୍ତ୍ରୀ। ଐତିହାସିକ ସମଲେଶ୍ବରୀ ମନ୍ଦିରର ଉନ୍ନତିକରଣ ଓ ଏବଂ ଏହାର ଚାରିପାଖର ସୌନ୍ଦର୍ଯ୍ୟକରଣ ସହ ଭକ୍ତମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗର ବ୍ୟବସ୍ଥା କରିବା ପାଇଁ କାମ ଆରମ୍ଭ ହୋଇଥିଲା।
୫-ଟି ଉପକ୍ରମର ରାଜ୍ୟର ଐତିହାସିକ ମନ୍ଦିରଗୁଡିକର ଉନ୍ନତିକରଣ ଯୋଜନା ମଧ୍ୟରେ ସମଲେଇ ପ୍ରକଳ୍ପ ଥିଲା ଅନ୍ୟତମ । ଆଜି ସମଲେଇ ପ୍ରକଳ୍ପ ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାବାସୀ ବିଶେଷକରି ସମ୍ବଲପୁରର ଜନସାଧାରଣଙ୍କ ସ୍ୱପ୍ନକୁ ବାସ୍ତବ ରୂପ ଦେଇଛନ୍ତି । ପ୍ରକଳ୍ପ ଲୋକାର୍ପଣ ବେଳେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଏହି ମେଗା ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଯେପରି ସରିବ, ସେ ନେଇ ୫-ଟି ଅଧ୍ୟକ୍ଷ ବହୁବାର ସମ୍ବଲପୁର ଯାଇ ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ।
KIYG 2023: Weightlifter Jyoshna rises from poverty in remote Odisha village to shatter national record
Next Articleଦେବଗଡରେ ହାତୀଦାନ୍ତ କାରବାର ଚାଲିଥିଲା ବେଳେ ୩ ଜଣ ଗିରଫ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
