News Room Odisha
BREAKING
Odia

ଖସୁଛି ପାରଦ, ବଢୁଛି ଶୀତ : ୩୧ରୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର – ରାଜ୍ୟର ଅନେକ ଅଞ୍ଚଳରେ ଶୀତ ବଢ଼ିଛି ।ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ହ୍ରାସ ପାଇଛି । ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଏଣେ ଆସନ୍ତା ୩୧ରୁ ରାଜ୍ୟରେ ପୁଣି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ବର୍ତ୍ତମାନ ରାଜ୍ୟରେ ପ୍ରବଳ [...]

Admin•January 29, 2024
Share Article:

ଭୁବନେଶ୍ବର – ରାଜ୍ୟର ଅନେକ ଅଞ୍ଚଳରେ ଶୀତ ବଢ଼ିଛି ।ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ହ୍ରାସ ପାଇଛି । ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଏଣେ ଆସନ୍ତା ୩୧ରୁ ରାଜ୍ୟରେ ପୁଣି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ବର୍ତ୍ତମାନ ରାଜ୍ୟରେ ପ୍ରବଳ ଶୀତ ହେଉଥିବା ବେଳେ ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ହେବ।

#Odia#Odisha#News
Share Article:

Related Articles