ଆଜି ୫ ଜିଲ୍ଲାର ୩୪୩ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟରେ ଆଜି ୩୪୩ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି ଜିଲ୍ଲାର ୩୪୩ଟି ହାଇସ୍କୁଲ ଲୋକାର୍ପିତ ହେବ । କଳାହାଣ୍ଡି ଜିଲ୍ଲାର ୭୩ଟି, କନ୍ଧମାଳର ୪୬, କୋରାପୁଟର ୮୨, ଭଦ୍ରକର ୬୦ ଓ ସୁନ୍ଦରଗଡ଼ ଜିଲ୍ଲାର ୮୨ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ [...]
ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟରେ ଆଜି ୩୪୩ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି ଜିଲ୍ଲାର ୩୪୩ଟି ହାଇସ୍କୁଲ ଲୋକାର୍ପିତ ହେବ । କଳାହାଣ୍ଡି ଜିଲ୍ଲାର ୭୩ଟି, କନ୍ଧମାଳର ୪୬, କୋରାପୁଟର ୮୨, ଭଦ୍ରକର ୬୦ ଓ ସୁନ୍ଦରଗଡ଼ ଜିଲ୍ଲାର ୮୨ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।
୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା।
ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।
ବିହାରରେ ଏନଡିଏ ସରକାର ଗଠନ ପରେ ଆରଜେଡି ବିରୋଧରେ ଆକ୍ସନ, ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ୍
Next Articleଅଯୋଧ୍ୟା ରାମ ମନ୍ଦିରକୁ ଜଗିବ ଇସ୍ରାଏଲର ଆଣ୍ଟି ଡ୍ରୋନ୍ ସିଷ୍ଟମ୍, ପାଞ୍ଚ କିଲୋମିଟର ଯାଏଁ ଶତ୍ରୁଙ୍କ ଉପରେ ରଖିବ ନଜର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
