ଆଜିଠୁ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାର ବୁଲାଇବେ ପରିକ୍ରମା ପ୍ରକଳ୍ପ
ପୁରୀ -ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ଘରୁ ଘରୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସଂଗୃହୀତ ହୋଇଥିଲା ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ। ସେହି ଆଧାରରେ ଆଜିଠାରୁ ପର୍ଯ୍ୟାୟକ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ଆଜି ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, [...]
ପୁରୀ -ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ଘରୁ ଘରୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସଂଗୃହୀତ ହୋଇଥିଲା ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ। ସେହି ଆଧାରରେ ଆଜିଠାରୁ ପର୍ଯ୍ୟାୟକ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ଆଜି ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି।

ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ବରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ୍ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ। ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି ।
ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
Next ArticleECI Notifies Election Schedule For Three Rajya Sabha Seats From Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
