ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ଫେବ୍ରୁଆରୀ ୪ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର – ଫେବ୍ରୁଆରୀ ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ବଜେଟ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଏଥିରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନରେ କାମଚଳା ବଜେଟ ଆଗତ ହେବ । ଅଧିବେଶନ କିପରି ସୁରୁଖୁରୁରେ ଚାଲିବ, ସେ ନେଇ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ। ବାଚସ୍ପତି ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ ଶାସକ ଓ ବିରୋଧିଙ୍କ [...]
ଭୁବନେଶ୍ୱର – ଫେବ୍ରୁଆରୀ ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ବଜେଟ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଏଥିରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନରେ କାମଚଳା ବଜେଟ ଆଗତ ହେବ । ଅଧିବେଶନ କିପରି ସୁରୁଖୁରୁରେ ଚାଲିବ, ସେ ନେଇ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ। ବାଚସ୍ପତି ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସୁଥିବା ସର୍ବଦଳୀୟ ବୈଠକରେ ଶାସକ ଓ ବିରୋଧିଙ୍କ ସହଯୋଗ ଲୋଡାଯିବ । ସେପଟେ ବିଧାନସଭା ଅଧିବେଶନ ପାଇଁ ଆସନ୍ତା ୫ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବୈଠକ ବସିବ । କେଉଁ କେଉଁ ପ୍ରସଙ୍ଗକୁ ଗୃହରେ ଶାସକ ଦଳ ଉଠାଇବ, ସେନେଇ ରଣନୀତି ପ୍ରସ୍ତୁତ କରାଯିବ ।
ବିଜେପି ନେତାଙ୍କ ହତ୍ୟା ମାମଲାରେ ୧୫ ପିଏଫ୍ଆଇ ସଦସ୍ୟଙ୍କୁ ମୃତ୍ୟୁଦଣ୍ଡ
Next ArticleGovt Calls All-party Meeting on February 4 Ahead of Budget Session
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
