ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ହେଉଥିବାରୁ ସରକାରଙ୍କୁ ଧନ୍ୟବାଦ ଦେଲେ ଭାଷାବିତ ଓ ସାହିତ୍ୟିକ
ଭୁବନେଶ୍ୱର -ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଲୋକସେବା ଭବନ କନଭେନସନ ସେଣ୍ଟର ସମ୍ମିଳନୀ କକ୍ଷରେ ଆଲୋଚନା ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଅଧ୍ୟକ୍ଷତା କରିଥିଲେ । ଓଡ଼ିଆ ଭାଷାର ପ୍ରାଚୀନତା, ପ୍ରାସଙ୍ଗିକତା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଏହି ସମ୍ମିଳନୀରେ ବିଚାର ବିମର୍ଶ ହେବ ବୋଲି ସେ ଉଲ୍ଲେଖ କରିଥିଲେ । ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି ସମ୍ମିଳନୀ ଆୟୋଜନ ହେଉଥିବାରୁ [...]
ଭୁବନେଶ୍ୱର -ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଲୋକସେବା ଭବନ କନଭେନସନ ସେଣ୍ଟର ସମ୍ମିଳନୀ କକ୍ଷରେ ଆଲୋଚନା ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଅଧ୍ୟକ୍ଷତା କରିଥିଲେ । ଓଡ଼ିଆ ଭାଷାର ପ୍ରାଚୀନତା, ପ୍ରାସଙ୍ଗିକତା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଏହି ସମ୍ମିଳନୀରେ ବିଚାର ବିମର୍ଶ ହେବ ବୋଲି ସେ ଉଲ୍ଲେଖ କରିଥିଲେ । ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି ସମ୍ମିଳନୀ ଆୟୋଜନ ହେଉଥିବାରୁ ସେ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ଐତିହ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ଏଭଳି ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି । ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ଦିଗରେ ସମସ୍ତ ଭାଷାବିତମାନଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି ସେ ଉଲ୍ଲେଖ କରିଥିଲେ । ପ୍ରତି ପଂଚାୟତରେ ପାଠାଗାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯାଉଥବା ସେ ସୂଚନା ଦେଇଥିଲେ । ସେହିଭଳି ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ନିଜର ପାରଦର୍ଶିତା ଥିବା ମହିଳା ମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ସୁଜାତା କାର୍ତ୍ତିକେୟନ କହିଥିଲେ ।
ବୈଠକରେ ସାହିତ୍ୟିକ, ଭାଷାବିତ, ନୃତ୍ୟବିତ ଏବଂ ଭାଷାନୁରାଗୀ ମାନେ ଯୋଗ ଦେଇ ଓଡ଼ିଆ ଭାଷାର ସମୃଦ୍ଧି ପାଇଁ ମତବ୍ୟକ୍ତ କରିଥିଲେ । ଏହି ସମ୍ମିଳନୀ ଅବସରରେ ସମସ୍ତ ଶିକ୍ଷାନୁଷ୍ଠାନରେ ଓଡ଼ିଆ ଅକ୍ଷରକୁ ନେଇ ଝୋଟି ପକାଇବା, ପ୍ରାଚୀନ ସାହିତ୍ୟକୁ ଲୋକାଭିମୁଖୀ କରିବା, ଯୁଗୋପଯୋଗୀ ଓଡ଼ିଆ ପାଠ୍ୟ ପୁସ୍ତକ ପ୍ରଚଳନ,ଶିଶୁ ଲେଖାକୁ ପ୍ରୋତ୍ସାହିତ କରିବା, ଅନ୍ୟଭାଷାର ଉପାଦେୟ ପୁସ୍ତକକୁ ଓଡ଼ିଆରେ ଅନୁବାଦ କରିବା ଉପରେ ସେମାନେ ମତାମତ ଦେଇଥିଲେ । ପାରସ୍ପରିକ ସହଯୋଗରେ ଓଡ଼ିଆ ଭାଷା ଆହୁରି ସମୃଦ୍ଧ ହୋଇପାରିବ ବୋଲି ସେମାନେ ଉଲ୍ଲେଖ କରିବା ସହ ଏଭଳି ସମ୍ମିଳନୀ ଆୟୋଜନ ପାଇଁ ସରକାରଙ୍କୁ ଧନ୍ୟବାଦ ଦେଇଥିଲେ ।
ଏହି ଅବସରରେ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଧନ୍ୟବାଦ ଅର୍ପଣ କରିଥିଲେ । ସ୍ଥାନୀୟ ଜନତା ମଇଦାନଠାରେ ଆସନ୍ତା ଫେବ୍ରୁଆରୀ ୩ ତାରିଖରୁ ତିନି ଦିନ ଧରି ଏହି ସମ୍ମିଳନୀ ଆୟୋଜିତ ହେବ । ଏଥିରେ ତିନିଦିନ ଧରି ଓଡ଼ିଆ ଭାଷାର ଉନ୍ନତି ପାଇଁ ନେଇ ବିଭିନ୍ନ ପର୍ଯ୍ୟାୟଭିତ୍ତିକ ଆଲୋଚନା ହେବ ।
CM Naveen Dedicates Lingaraj Leprosy Colony in Palash Palli
Next ArticleLinguists and Litterateurs Thank Govt for Organizing First World Odia Language Conference
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
