ପ୍ରଧାନମନ୍ତ୍ରୀଙ୍କ ଆସନ୍ତା ସମ୍ବଲପୁର ଗସ୍ତ : ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫେବ୍ରୁଆରୀ ୩ ତାରିଖରେ ଭାରତୀୟ ପ୍ରବନ୍ଧ ସଂସ୍ଥାନ ( ଆଇଆଇଏମ୍ ) , ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ବୈଠକ ଆଜି ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ସେ ସଂପୃକ୍ତ କର୍ତ୍ତୃପକ୍ଷ , ଜିଲ୍ଲାପାଳ ଏବଂ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦେଶ ଓ [...]
ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫେବ୍ରୁଆରୀ ୩ ତାରିଖରେ ଭାରତୀୟ ପ୍ରବନ୍ଧ ସଂସ୍ଥାନ ( ଆଇଆଇଏମ୍ ) , ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ବୈଠକ ଆଜି ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ସେ ସଂପୃକ୍ତ କର୍ତ୍ତୃପକ୍ଷ , ଜିଲ୍ଲାପାଳ ଏବଂ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦେଶ ଓ ପରାମର୍ଶ ଦେଇଛନ୍ତି । ପ୍ରାପ୍ତ ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ୩ ତାରିଖ ପୂର୍ବାହ୍ନରେ ନୂଆଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡ଼ିଶା ଅଭିମୁଖେ ଯାତ୍ରା କରି ଅପରାହ୍ନରେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍ରେ ପହଞ୍ଚି ଆଇ ଆଇ ଏମ୍ କ୍ୟାମ୍ପସରେ ପହଞ୍ଚିବେ । ସେଠାରେ ଆଇଆଇଏମ୍ , ସମ୍ବଲପୁର କ୍ୟାମ୍ପସର ଲୋକାର୍ପଣ ଓ ଅନ୍ୟ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ ସ୍ଥାନୀୟ ‘ ରେମେଜ୍ ‘ ପଡିଆଠାରେ ଏକ ସାଧାରଣ ସଭାରେ ଯୋଗଦେବେ । ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ବିମାନବନ୍ଦର ସମେତ ସମ୍ବଲପୁରରେ ଅସ୍ଥାୟୀ ହେଲିପ୍ୟାଡ୍ରେ ଆନୁଷଙ୍ଗିକ ବ୍ୟବସ୍ଥା ସହ ତାଙ୍କ ଗସ୍ତର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ ମାନକ ନିୟମ ଅନୁସାରେ କଡାକଡି ଦୃଷ୍ଟି ଦେବାକୁ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଯୋଗଦେବାକୁ ଥିବା କୌଣସି କାର୍ଯ୍ୟକ୍ରମ ସ୍ଥଳ , ବିମାନବନ୍ଦର ଓ ହେଲିପ୍ୟାଡସ୍ଥଳଠାରେ ଡ୍ରୋନ୍ କ୍ୟାମେରା ବ୍ୟବହାର କରାଯିବ ନାହିଁ । ଏ ସଂପର୍କରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଜିଲ୍ଲାପାଳ ଓ ସୁରକ୍ଷା ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ସେହିପରି କାର୍ଯ୍ୟକ୍ରମସ୍ଥଳ ଗୁଡ଼ିକରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ଜେନେରେଟର ରଖିବା ସହ ଆଗୁଆ ଟେଷ୍ଟିଙ୍ଗ କରିବା , ଏହା ସହିତ ଆଉ ଦୁଇଟି ଅତିରିକ୍ତ ଜେନେରେଟର ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଡାକବାଜି ଯନ୍ତ୍ର ଭଲ ଭାବରେ କାର୍ଯ୍ୟକ୍ଷମ ହେବା ପ୍ରତି ସେ ଗୁରୁତ୍ବ ଦେଇଥିଲେ । କେନ୍ଦ୍ର ଗୃହ ବିଭାଗ ଓ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶାବଳୀ ଅନୁସାରେ ବିଭିନ୍ନ ସ୍ଥାନରେ କାର୍ଯ୍ୟନିର୍ବାହ ପାଇଁ ଏବଂ ମୁତୟନ ହେଉଥିବା ସିଧାସଳଖ ନିକଟ ସଂସ୍ପର୍ଶ ( କ୍ଲୋଜ୍ ପ୍ରକ୍ସିମିଟି ) ରେ ଯେଉଁ ଅଧିକାରୀ , କର୍ମଚାରୀ ବା ବ୍ୟକ୍ତିବିଶେଷଙ୍କର ଦାୟିତ୍ଵ ରହୁଛି , ସେମାନଙ୍କ ପାଇଁ କୋଭିତ – ୧୯ ପରୀକ୍ଷା କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କାରକେଡ୍ ବ୍ୟବସ୍ଥା , ଆମ୍ବୁଲାନ୍ସ ଏବଂ ଜୀବନ ସୁରକ୍ଷା ସହାୟକ ବ୍ୟବସ୍ଥା ସହ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥା ଓ କାର୍ଯ୍ୟକ୍ରମ ସ୍ଥଳରେ ‘କ୍ରିଟିକାଲ କେୟାର ବକ୍ସ ‘ ରଖାଯିବ । ଭିଭିଆଇପି ଯିବା ଆସିବା ରାସ୍ତାର ମରାମତି କରାଯିବା , କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ , କାର୍ଯ୍ୟକ୍ରମ ଥିବା ମଂଚ ପ୍ରସ୍ତୁତି ଓ ସୁରକ୍ଷା ଯାଞ୍ଚ, କାର୍ଯ୍ୟକ୍ରମ ସ୍ଥଳ , ହେଲିପ୍ୟାଡ୍ ଓ ରାସ୍ତାରେ ବ୍ୟାରିକ୍ୟାଡିଂ ବ୍ୟବସ୍ଥା କରାଯିବ । ଦୂରଦର୍ଶନ ଓ ଭାରତ ସରକାରଙ୍କ ପତ୍ର ସୂଚନା କାର୍ଯ୍ୟାଳୟ ( ପିଆଇବି ) ସହାୟତାରେ କାର୍ଯ୍ୟକ୍ରମର ସିଧାପ୍ରସାରଣ କରାଯିବାକୁ ଥିବାବେଳେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଏହାକୁ ସୁବ୍ୟବସ୍ଥିତ କରାଯିବ । କାର୍ଯ୍ୟକ୍ରମ ସ୍ଥଳରେ ଇଣ୍ଟରନେଟ୍ ସୁବିଧା , ଅଗ୍ନି ନିର୍ବାପକ ବ୍ୟବସ୍ଥା ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ରାଜ୍ୟ ଗୃହ ବିଭାଗ ତରଫରୁ ଏକ କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ । ଜିଲ୍ଲାପାଳ , ସମ୍ବଲପୁର ଓ ଜିଲ୍ଲାପାଳ , ଝାରସୁଗୁଡ଼ା ସଂପୃକ୍ତ ସ୍ଥାନରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ପ୍ରସ୍ତୁତି ଓ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ପ୍ରୋଟକଲ ଅନୁସାରେ କିଏ କେଉଁଠି ମୁତୟନ ରହିବେ , ତାହାକୁ ନିଶ୍ଚିତ କରିବାକୁ କୁହାଯାଇଛି । କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କୁ ମଧ୍ୟ ବ୍ୟବସ୍ଥାର ତଦାରଖ ପାଇଁ ଆବଶ୍ୟକ ପରାମର୍ଶ ଦିଆଯାଇଛି ।
ଏହି ବୈଠକରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ , ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ , ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ , ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ , ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ରଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବୈଠକରେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ , ପଶ୍ଚିମାଞ୍ଚଳ ଆରକ୍ଷୀ ମହାନିରୀକ୍ଷକ , ଜିଲ୍ଲାପାଳ ସମ୍ବଲପୁର ଓ ଝାରସୁଗୁଡ଼ା , ସଂପୃକ୍ତ ଆରକ୍ଷୀ ଅଧିକ୍ଷକ ଓ ଜିଲ୍ଲାସ୍ତରୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇଥିଲେ । ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ଡଃ ସନ୍ତୋଷ ବାଲା ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ସବିଶେଷ ସୂଚନା ଓ ପ୍ରସ୍ତୁତି ସଂପର୍କରେ ଉପସ୍ଥାପନ କରିଥିଲେ ।
ବ୍ରହ୍ମପୁର ଆଇଟିଆଇ ରାଜ୍ୟରେ ପ୍ରଥମ
Next Articleରାଜ୍ୟସ୍ତରୀୟ ଆନ୍ତଃ ବିଶ୍ଵବିଦ୍ୟାଳୟ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ ଉଦଯାପିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
