ରାଜ୍ୟସ୍ତରୀୟ ଆନ୍ତଃ ବିଶ୍ଵବିଦ୍ୟାଳୟ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ ଉଦଯାପିତ
ଭୁବନେଶ୍ୱର – ସ୍ଥାନୀୟ ରମାଦେବୀ ମହିଳା ମହାବିଦ୍ୟାଳୟରେ ଆନ୍ତଃ ବିଶ୍ଵବିଦ୍ୟାଳୟ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉତ୍ସବର ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ରୂପେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ , ବିଧାୟକ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ଓ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ , କୁଳସଚିବ ଶ୍ୟାମଳୀ ମହାପାତ୍ର , ରେଭେନ୍ସା ବିଶ୍ଵବିଦ୍ୟାଳୟ , ଉତ୍କଳ ବିଶ୍ଵବିଦ୍ୟାଳୟ , ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ , ମଧୁସୂଦନ ଆଇନ [...]
ଭୁବନେଶ୍ୱର – ସ୍ଥାନୀୟ ରମାଦେବୀ ମହିଳା ମହାବିଦ୍ୟାଳୟରେ ଆନ୍ତଃ ବିଶ୍ଵବିଦ୍ୟାଳୟ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉତ୍ସବର ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ରୂପେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ , ବିଧାୟକ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ଓ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ , କୁଳସଚିବ ଶ୍ୟାମଳୀ ମହାପାତ୍ର , ରେଭେନ୍ସା ବିଶ୍ଵବିଦ୍ୟାଳୟ , ଉତ୍କଳ ବିଶ୍ଵବିଦ୍ୟାଳୟ , ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ , ମଧୁସୂଦନ ଆଇନ ବିଶ୍ଵବିଦ୍ୟାଳୟ , ସଂସ୍କୃତି ବିଶ୍ଵବିଦ୍ୟାଳୟର କୁଳପତି ପ୍ରମୁଖ ଯୋଗ ଦେଇଥିଲେ । ଉଚ୍ଚଶିକ୍ଷା ମନ୍ତ୍ରୀ କହିଥିଲେ ଯେ , ଏପରି କାର୍ଯ୍ୟକ୍ରମ ଆୟୋଜନ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ବିକାଶ କରାଇବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ବିଗତ କିଛି ବର୍ଷ ମଧ୍ୟରେ ରାଜ୍ୟରେ ଉଚ୍ଚଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ବହୁତ ଅଭିନବ ଯୋଜନା ଏବଂ ଛାତ୍ରବୃତ୍ତି ପ୍ରଣୟନ କରିଛନ୍ତି । ଭିଭିଭୂମି ଉନ୍ନୟନ , ଉପଲବ୍ଧ ସୁବିଧାଗୁଡ଼ିକର ଆଧୁନିକୀକରଣ ଏବଂ ସମସାମୟିକ ଶିକ୍ଷା ବ୍ୟବସ୍ଥା ସହିତ ଗତି କରିବା ପାଇଁ ଉନ୍ନତ ପାଠ୍ୟକ୍ରମ ପ୍ରଚଳନ ପାଇଁ ଅର୍ଥ ବିନିଯୋଗ କରାଯାଇଛି । ଶିକ୍ଷାଦାନରେ ଉତ୍କର୍ଷ ଓ ନବସୃଜନର ସଂସ୍କୃତି ପ୍ରତିପାଦନ କରି ଓଡ଼ିଶା ସରକାର କେବଳ ଏହି ସମ୍ମାନଜନକ ଅନୁଷ୍ଠାନଗୁଡ଼ିକର ଐତିହ୍ୟ , ସଂସ୍କୃତିକୁ ସରଂକ୍ଷଣ କରୁନାହାନ୍ତି ବରଂ ଏକବିଂଶ ଶତାବ୍ଦୀରେ ଶିକ୍ଷା ପାଇଁ ଗତିଶୀଳ କେନ୍ଦ୍ର ଭାବରେ ସ୍ଥାନିତ କରିଛନ୍ତି । ଯୁବପିଢି ଆମ ଓଡ଼ିଶାର ଇତିହାସ ଓ ମହାପୁରୁଷଙ୍କୁ ଜାଣିବା ଦରକାର ଏବଂ ସେମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଆବଶ୍ୟକ ।
ବିଶ୍ଵବିଦ୍ୟାଳୟ ହେଉଛି ଉଚ୍ଚଶିକ୍ଷା ଏବଂ ଗବେଷଣାର ଏକ ଅନୁଷ୍ଠାନ । ଏବଂ ଏହି ଅନୁଷ୍ଠାନଗୁଡିକ ଏକ ଉନ୍ନତ ତଥା ପ୍ରଗତିଶୀଳ ସମାଜ ଗଠନ ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବା ସହିତ ସେମାନଙ୍କ ଜୀବନର ମାନବୀୟ ମୂଲ୍ୟବୋଧକୁ ପରିପୁଷ୍ଟ କରାଇଥାଏ ବୋଲି ନିଜ ବକ୍ତବ୍ୟରେ ବିଧାୟକ ଅନନ୍ତ ନାରାୟଣ ଜେନା କହିଥିଲେ ।
ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ କହିଥିଲେ ଯେ , ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକରେ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାଙ୍କ ମଧ୍ୟରେ ଗବେଷଣା , ନୂତନତ୍ଵ ଓ ଜିଜ୍ଞାସା ସୃଷ୍ଟି ପାଇଁ ଅନୁକୂଳ ପରିବେଶ ଓ ବ୍ୟବସ୍ଥା ସୃଷ୍ଟି କରାଯାଉଛି । ସେହିସବୁ ସୁବିଧା ସୁଯୋଗର ଭରପୂର ଉପଯୋଗ କରିଲେ ଓଡ଼ିଶା ଶିକ୍ଷା କ୍ଷେତ୍ରରେ ନୂତନ ଇତିହାସ ରଚି ପାରିବ ।
ପ୍ରତିଯୋଗିତାରେ ରାଜ୍ୟର ୧୮ଟି ବିଶ୍ୱବିଦ୍ୟାଳୟରୁ ବହୁସଂଖ୍ୟକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଓଡିଆ ଭାଷା ସାହିତ୍ୟ , ଜଗନ୍ନାଥ ସଂସ୍କୃତି ଉପରେ ବହୁଭାଷୀ ପ୍ରବନ୍ଧ ଲିଖନ , ବହୁଭାଷୀ ତର୍କ , ଡ୍ରାମା , କବିତା ପାଠ , ଡ୍ୟାନ୍ସ , ସଙ୍ଗୀତ , କୁଇଜ , ଚିତ୍ରାଙ୍କନ , କମେଡ଼ି , କ୍ଷୁଦ୍ର ଚଳଚ୍ଚିତ୍ର , ହାସ୍ୟରସାତ୍ମକ କଥା ପ୍ରଭୃତି ପ୍ରତିଯୋଗିତାମାନ ଆୟୋଜିତ ହୋଇଥିଲା ଏବଂ କୃତୀ ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତା ଶେଷରେ ଉଚ୍ଚଶିକ୍ଷା ମନ୍ତ୍ରୀ ପୁରସ୍କୃତ କରିଥିଲେ ।
ପ୍ରଧାନମନ୍ତ୍ରୀଙ୍କ ଆସନ୍ତା ସମ୍ବଲପୁର ଗସ୍ତ : ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରସ୍ତୁତି ବୈଠକ
Next Articleପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ପ୍ରବାସୀ ଓଡ଼ିଆମାନଙ୍କ ମଧ୍ୟରେ ଉତ୍କଣ୍ଠା, ପଠାଉଛନ୍ତି ଭିଡିଓ ଶୁଭେଚ୍ଛା ବାର୍ତ୍ତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
