ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ପ୍ରବାସୀ ଓଡ଼ିଆମାନଙ୍କ ମଧ୍ୟରେ ଉତ୍କଣ୍ଠା, ପଠାଉଛନ୍ତି ଭିଡିଓ ଶୁଭେଚ୍ଛା ବାର୍ତ୍ତା
ଭୁବନେଶ୍ୱର- ଆସନ୍ତାମାସ ୩ ତାରିଖରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀ ନିମନ୍ତେ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ପ୍ରବାସୀ ଓଡ଼ିଆମାନେ ଭିଡିଓ ଶୁଭେଚ୍ଛା ବାର୍ତ୍ତା ପଠାଇବାରେ ଲାଗିଛନ୍ତି । ଏହି ସମ୍ମିଳନୀ ମାଧ୍ୟମରେ ଓଡ଼ିଆ ଭାଷାର ଗୁରୁତ୍ୱ ଓ ଲୋକପ୍ରିୟତା ଆହୁରି ବଢିବ ବୋଲି ସେମାନେ କହିଛନ୍ତି । ସମ୍ମିଳନୀର ସଫଳତା କାମନା କରି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି । [...]
ଭୁବନେଶ୍ୱର- ଆସନ୍ତାମାସ ୩ ତାରିଖରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀ ନିମନ୍ତେ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ପ୍ରବାସୀ ଓଡ଼ିଆମାନେ ଭିଡିଓ ଶୁଭେଚ୍ଛା ବାର୍ତ୍ତା ପଠାଇବାରେ ଲାଗିଛନ୍ତି । ଏହି ସମ୍ମିଳନୀ ମାଧ୍ୟମରେ ଓଡ଼ିଆ ଭାଷାର ଗୁରୁତ୍ୱ ଓ ଲୋକପ୍ରିୟତା ଆହୁରି ବଢିବ ବୋଲି ସେମାନେ କହିଛନ୍ତି । ସମ୍ମିଳନୀର ସଫଳତା କାମନା କରି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ।
ସମ୍ମିଳନୀକୁ ଆସିବାକୁ ଥିବା ଅତିଥିମାନଙ୍କୁ ସ୍ୱାଗତ କରିବା ପାଇଁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ସମ୍ମିଳନୀକୁ ନେଇ ଏକ ବାଲୁକା କଳା ପ୍ରଦର୍ଶିତ ହୋଇଛି । ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏହି କଳାକୃତି ପ୍ରସ୍ତୁତ କରିଛନ୍ତି । ଏଥିରେ ସମ୍ମିଳନୀ ଲୋଗୋକୁ ବାଲୁକା କଳା ମାଧ୍ୟମରେ ଅତି ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି । ଏହି ସମ୍ମିଳନୀରେ ଦେଶ ବିଦେଶରୁ ଭାଷାବିତ ଓ ଐତିହାସିକ ମାନେ ଯୋଗଦେଇ ସେମାନଙ୍କ ବହୁମୂଲ୍ୟ ତଥ୍ୟ ଉପସ୍ଥାପନ କରିବେ।
ଏଥିସହ ସମ୍ମିଳନୀକୁ ଆମନ୍ତ୍ରିତ ଅତିଥିମାନେ ଭୁବନେଶ୍ୱରରେ ପହଂଚିବା ଆରମ୍ଭ କଲେଣି । ଆସନ୍ତାକାଲି ଅନ୍ୟାନ୍ୟ ଅତିଥି ମଧ୍ୟ ପହଂଚିବା କାର୍ଯ୍ୟକ୍ରମ ରହିଛି । ଏହି ସମ୍ମିଳନୀ ନିମନ୍ତେ ବିଭିନ୍ନ ସ୍ତରରେ ବ୍ୟାପକ ଆୟୋଜନ କରାଯାଇଛି ।
ରାଜ୍ୟସ୍ତରୀୟ ଆନ୍ତଃ ବିଶ୍ଵବିଦ୍ୟାଳୟ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ ଉଦଯାପିତ
Next ArticleCM Releases Souvenir ‘Paradeep Port 1962-2024’
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
