ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ଦେହାନ୍ତ
ମୁମ୍ବାଇ – ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଯାଇଛି। ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚିତ୍ର ଓ ଧାରାବାହିକରେ ନିଜର ଅଭିନୟ ଦକ୍ଷତା ପ୍ରଦର୍ଶନ କରିଥିବା ସାଧୁ ମେହେରଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ବିଶେଷ କରି ହିନ୍ଦୀ ସମାନ୍ତରାଳ ସିନେମାରେ ସେ ଅଭିନୟ କରି ବେଶ୍ ଲୋକପ୍ରିୟ ହୋଇପାରିଥିଲେ। ଶ୍ୟାମ ବେନେଗଲଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଅଙ୍କୁର’ ପାଇଁ ସାଧୁ ମେହେରଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ପୁରସ୍କାର ମିଳିଥିଲା । [...]
ମୁମ୍ବାଇ – ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଯାଇଛି। ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚିତ୍ର ଓ ଧାରାବାହିକରେ ନିଜର ଅଭିନୟ ଦକ୍ଷତା ପ୍ରଦର୍ଶନ କରିଥିବା ସାଧୁ ମେହେରଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ବିଶେଷ କରି ହିନ୍ଦୀ ସମାନ୍ତରାଳ ସିନେମାରେ ସେ ଅଭିନୟ କରି ବେଶ୍ ଲୋକପ୍ରିୟ ହୋଇପାରିଥିଲେ। ଶ୍ୟାମ ବେନେଗଲଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଅଙ୍କୁର’ ପାଇଁ ସାଧୁ ମେହେରଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ପୁରସ୍କାର ମିଳିଥିଲା ।
୧୯୬୯ରେ ମୃଣାଳ ସେନଙ୍କ ନିର୍ଦ୍ଦେଶନାରେ ନିର୍ମିତ ଚର୍ଚ୍ଚିତ ଚଳଚ୍ଚିତ୍ର ‘ଭୁବନ ସୋମ’ ଥିଲା ସାଧୁ ମେହେରଙ୍କ ଅଭିନୀତ ପ୍ରଥମ ଚଳଚ୍ଚିତ୍ର। ଏହାପରେ ସେ ନିଶାନ୍ତ, ମନ୍ଥନ, ମୃଗୟା, ଦେବ ଶିଶୁ, ଶୀତରାତି , ଅଭିମାନ, ଭୁଖା ଆଦି ଅନେକ ହିନ୍ଦୀ ଓ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ବିଭିନ୍ନ ଚଳଚ୍ଚିତ୍ରରେ ବି ନିର୍ଦ୍ଦେଶନା ଦେଇଛନ୍ତି ସାଧୁ ମେହେର । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ଓଡ଼ିଆ ଫିଲ୍ମ ଥିଲା ୧୯୭୭ ମସିହାର ଅଭିମାନ । ସେ ମଧ୍ୟ ଅପରିଚିତ, ଡିଜାୟର, ବାବୁଲା, ଅଭିଳାଷା ଓ ଗୋପରେ ବଢୁଛି କଳା କହ୍ନାଇ ଫିଲ୍ମର ନିର୍ଦ୍ଦେଶକ ଥିଲେ । ଧାରାବାହିକ ବ୍ୟୋମକେଶ ବକ୍ସିରେ ମଧ୍ୟ ଅଭିନୟ କରିଥିଲେ ସାଧୁ ମେହେର । ୨୦୧୭ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା ।
ହେମନ୍ତ ସୋରେନଙ୍କୁ ୫ ଦିନ ଇଡି ହାଜତ
Next Articleବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
