ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀର ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ
ଭୁବନେଶ୍ୱର – ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଧର୍ମପଦ ପୁରସ୍କାର ପାଇଥିବା ବରିଷ୍ଠ ଶିଳ୍ପୀମାନଙ୍କର କଳାକୃତିକୁ ନେଇ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ସ୍ଥାନୀୟ ନିଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ଠାରେ ଉଦଘାଟିତ ହୋଇଯାଇଛି । ଏକାଡେମୀର ସଭାପତି ତଥା ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏଥିରେ ପୌରହିତ୍ୟ କରିଥିଲେ । ଧର୍ମପଦ ପୁରସ୍କାରପ୍ରାପ୍ତ [...]
ଭୁବନେଶ୍ୱର – ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଧର୍ମପଦ ପୁରସ୍କାର ପାଇଥିବା ବରିଷ୍ଠ ଶିଳ୍ପୀମାନଙ୍କର କଳାକୃତିକୁ ନେଇ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ସ୍ଥାନୀୟ ନିଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ଠାରେ ଉଦଘାଟିତ ହୋଇଯାଇଛି । ଏକାଡେମୀର ସଭାପତି ତଥା ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏଥିରେ ପୌରହିତ୍ୟ କରିଥିଲେ । ଧର୍ମପଦ ପୁରସ୍କାରପ୍ରାପ୍ତ ବରିଷ୍ଠ ଚିତ୍ର ଶିଳ୍ପୀ ବିନୋଦ ମହାରଣା,ବଂଶୀଧର ପ୍ରତିହାରୀ ଓ ଶ୍ୟାମସୁନ୍ଦର ପଟ୍ଟନାୟକ ପ୍ରମୁଖ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ । ବରିଷ୍ଠ ଶିଳ୍ପୀମାନଙ୍କର ସୃଜନଶୀଳ ଚିତ୍ରକଳା ଆଗାମୀ ଯୁବଶିଳ୍ପୀଙ୍କ ପାଇଁ ପ୍ରେରଣାଦାୟକ ହେବ ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ଏକାଡେମୀର ସଚିବ ପଞ୍ଚାନନ ସାମଲ ଅତିଥିମାନଙ୍କର ପରିଚୟ ପ୍ରଦାନ ସହ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ ।

ପ୍ରଦର୍ଶନୀରେ ଓଡ଼ିଶାର ଖ୍ୟାତନାମା ବରିଷ୍ଠ ଚିତ୍ରଶିଳ୍ପୀ ଡ଼ ମୁରଲିଧର ଟାଲି, ରବିନାରାୟଣ ନାୟକ, ଅଜିତ କେଶରୀ ରାୟ, ଅନନ୍ତ କୁମାର ପଣ୍ଡା, ଅସିତ ମୁଖାର୍ଜୀ, ଗୋକୁଳ ବିହାରୀ ପଟ୍ଟନାୟକ, ଡକ୍ଟର ଦୁର୍ଗା ପ୍ରସାଦ ଦାସ, ପଦ୍ମଭୂଷଣ ଡକ୍ଟର ଯତୀନ ଦାସ, ଦୀନନାଥ ପାଠୀ, ପଦ୍ମବିଭୂଷଣ ରଘୁନାଥ ମହାପାତ୍ର, ବନବିହାରୀ ପରିଡ଼ା, ଶ୍ୟାମ ସୁନ୍ଦର ପଟ୍ଟନାୟକ, ଜଗଦୀଶ ଚନ୍ଦ୍ର କାନୁନଗୋ, ବିନୋଦ ମହାରଣା, ମହେନ୍ଦ୍ର ପ୍ରସାଦ ମହାପାତ୍ର, ଲଲାଟ ମୋହନ ପଟ୍ଟନାୟକ ପ୍ରମୁଖଙ୍କ ୩୬ଟି କଳାକୃତି ସ୍ଥାନ ପାଇଛି । ପ୍ରଦର୍ଶନୀ ଅବସରରେ ଏକାଡେମୀର ସାଧାରଣ ପରିଷଦର ସଦସ୍ୟ ବିଜୟ କୁମାର ପରିଡ଼ା,ଶିଳ୍ପୀ ସୁଶାନ୍ତ କୁମାର ସିଂ ସାମନ୍ତ ,ବିଶ୍ବରଂଜନ କର,ନରୋତ୍ତମ ଦାସ ଓ ସ୍ବର୍ଣ୍ଣଲତା ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ପ୍ରଦର୍ଶନୀ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେହ ଦିବା ୧୧ ଘଟିକାରୁ ସନ୍ଧ୍ୟା ୭ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ I
PM Modi to Inaugurate, Dedicate and Lay Foundation Stone of Projects worth Over Rs. 68,000 Cr in Odisha
Next Articleସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ରଚିଲେ ଦ୍ୱାରା ନୂଆ ଇତିହାସ : ଘଣ୍ଟାଏରେ ଅପଲୋଡ୍ ହେଲା ସର୍ବାଧିକ ପୁସ୍ତକର ହାତଲେଖା ଚିଠା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
