ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ରଚିଲେ ଦ୍ୱାରା ନୂଆ ଇତିହାସ : ଘଣ୍ଟାଏରେ ଅପଲୋଡ୍ ହେଲା ସର୍ବାଧିକ ପୁସ୍ତକର ହାତଲେଖା ଚିଠା
ଭୁବନେଶ୍ୱର – ଓଡ଼ିଶାର ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସୃଷ୍ଟି କରିଛନ୍ତି ବିଶ୍ୱ ରେକର୍ଡ଼ । ପ୍ରଥମ ବିଶ୍ୱ ଓଡି଼ଆ ଭାଷା ସମ୍ମିଳନୀ ଉଦ୍ଦେଶ୍ୟରେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀମାନେ ସାହିତ୍ୟ ସୃଜନୀ କ୍ଲବ ମାଧ୍ୟମରେ ‘ମୋ କଥା ମୋ କହାଣୀ’ ପୁସ୍ତକ ରଚନା କରିଥିଲେ । ଶୁକ୍ରବାର ଦିନ ଏହି ପୁସ୍ତକର ତଥ୍ୟକୁ ସାମାଜିକ ଗଣମାଧ୍ୟମ ଫେସବୁକରେ ଏକ ଘଣ୍ଟା ମଧ୍ୟରେ ଅପଲୋଡ୍ କରି ଗିନିଜ ବୁକ ଅଫ୍ ୱାର୍ଲଡ ରେକର୍ଡ ସୃଷ୍ଟି କରିଛନ୍ତି [...]
ଭୁବନେଶ୍ୱର – ଓଡ଼ିଶାର ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସୃଷ୍ଟି କରିଛନ୍ତି ବିଶ୍ୱ ରେକର୍ଡ଼ । ପ୍ରଥମ ବିଶ୍ୱ ଓଡି଼ଆ ଭାଷା ସମ୍ମିଳନୀ ଉଦ୍ଦେଶ୍ୟରେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀମାନେ ସାହିତ୍ୟ ସୃଜନୀ କ୍ଲବ ମାଧ୍ୟମରେ ‘ମୋ କଥା ମୋ କହାଣୀ’ ପୁସ୍ତକ ରଚନା କରିଥିଲେ । ଶୁକ୍ରବାର ଦିନ ଏହି ପୁସ୍ତକର ତଥ୍ୟକୁ ସାମାଜିକ ଗଣମାଧ୍ୟମ ଫେସବୁକରେ ଏକ ଘଣ୍ଟା ମଧ୍ୟରେ ଅପଲୋଡ୍ କରି ଗିନିଜ ବୁକ ଅଫ୍ ୱାର୍ଲଡ ରେକର୍ଡ ସୃଷ୍ଟି କରିଛନ୍ତି ।
ଛାତ୍ରଛାତ୍ରୀଙ୍କ ଭାଷା ସାହିତ୍ୟ ଓ ସୃଜନଶୀଳତାର ବିକାଶ ପାଇଁ ସାହାଯ୍ୟ ସୃଜନୀ ଶିକ୍ଷାର୍ଥୀ କ୍ଲବ୍ ମାଧ୍ୟମରେ ବିଦ୍ୟାଳୟସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ, ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସୃଜନାତ୍ମକ ଗଳ୍ପ ଏବଂ କବିତା ଆଦି ରଚନା କରୁଥିଲେ । ଫେବୃଆରୀ ୨ ତାରିଖ, ଶୁକ୍ରବାର ଦିନ ୧୨ଟାରୁ ୧ଟା ମଧ୍ୟରେ ଏହି ପୁସ୍ତକର ତଥ୍ୟକୁ ଫେସବୁକରେ ଅପଲୋଡ କରି ଗିନିଜ ବୁକ ଅଫ୍ ୱାର୍ଲଡ ରେକର୍ଡ ସୃଷ୍ଟି କରିଛନ୍ତି । ମାତ୍ର ଏକ ଘଣ୍ଟା ମଧ୍ୟରେ ଓଡି଼ଶାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରାମାନେ ଆଜି ସର୍ବାଧିକ ପୁସ୍ତକର ତଥ୍ୟ ଅପଲୋଡ କରିଛନ୍ତି । ପୂର୍ବ ରେକର୍ଡଠାରୁ ୪ ଗୁଣା ଅଧିକ ସଂଖ୍ୟାରେ ଏହି ରେକର୍ଡ଼ ଭଙ୍ଗିଛନ୍ତି ଛାତ୍ରଛାତ୍ରୀ। ଏହି ଅପଲୋଡ ପ୍ରକ୍ରିୟା ମାତ୍ରାଧିକ ଥିବା କାରଣରୁ ଫେସବୁକ ପେଜରେ ବୈଷୟିକ ତ୍ରୁଟି ଦେଖାଦେଇଥିଲା । ଏହି ବୈଷୟିକ ତ୍ରୁଟି କାରଣରୁ ସମ୍ପୂର୍ଣ୍ଣ ସଠିକ୍ ତଥ୍ୟ ହସ୍ତଗତ ହୋଇପାରି ନ ଥିଲା । ମାତ୍ର ସର୍ବନିମ୍ନ ସଂଖ୍ୟାକୁ ବିବେଚନା କରି ଗିନିଜ ବୁକ ଅଫ୍ ୱାର୍ଲଡ ରେକର୍ଡର ଅଧିକାରୀ ଏହାକୁ ମାନ୍ୟତା ଦେଇଥିଲେ। ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ସ୍ଥାନୀୟ ଲୋକଙ୍କ ସହଯୋଗରେ ଏହି ରେକର୍ଡ ସୃଷ୍ଟି କରାଯାଇ ପାରିଛି ।
ସୂଚନାଯୋଗ୍ୟ, ପୂର୍ବରୁ ୫୪୦୮ଟି ପୁସ୍ତକର ତଥ୍ୟ ୧ ନଭେମ୍ବର ୨୦୨୧ ରେ ଅନଲାଇନରେ ଅପଲୋଡ କରି ନମାମୀ ଗଙ୍ଗେ ଏହି ରେକର୍ଡ ସୃଷ୍ଟି କରିଥିବା ବେଳେ ଓଡ଼ିଶାର ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମୋ ସ୍କୁଲ ଉଦ୍ୟମରେ ଏହି ରେକର୍ଡ଼ ଭାଙ୍ଗିବାରେ ସକ୍ଷମ ହୋଇଛନ୍ତି।
ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀର ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ
Next ArticleEkamra Utsav to Kick off Tomorrow
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
