ଭାଷା ହିଁ ଭବିଷ୍ୟତ: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଭୁବନେଶ୍ବର ପ୍ରସ୍ତୁତ
ଭୁବନେଶ୍ବର – ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ରାଜଧାନୀ ଭୁବନେଶ୍ଵର ଆୟୋଜନ କରିବ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଓଡ଼ିଆ ଅସ୍ମିତାର ପରିଚୟ ବହନ କରୁଥିବା ଏହି ତିନି ଦିନିଆ ସମ୍ମିଳନୀ ପାଇଁ ଅତିଥିମାନେ ଭୁବନେଶ୍ବରରେ ପହଞ୍ଚିବା ଆରମ୍ଭ କଲେଣି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନତା ମଇଦାନରେ ନିର୍ମିତ ହୋଇଥିବା ଅକ୍ଷରଭୂମିରେ ସମ୍ମିଳନୀକୁ ଉଦଘାଟନ କରିବେ । ଏହି ସମ୍ମିଳନୀ ଆୟୋଜନ ପାଇଁ ଗତବର୍ଷ [...]
ଭୁବନେଶ୍ବର – ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ରାଜଧାନୀ ଭୁବନେଶ୍ଵର ଆୟୋଜନ କରିବ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଓଡ଼ିଆ ଅସ୍ମିତାର ପରିଚୟ ବହନ କରୁଥିବା ଏହି ତିନି ଦିନିଆ ସମ୍ମିଳନୀ ପାଇଁ ଅତିଥିମାନେ ଭୁବନେଶ୍ବରରେ ପହଞ୍ଚିବା ଆରମ୍ଭ କଲେଣି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନତା ମଇଦାନରେ ନିର୍ମିତ ହୋଇଥିବା ଅକ୍ଷରଭୂମିରେ ସମ୍ମିଳନୀକୁ ଉଦଘାଟନ କରିବେ । ଏହି ସମ୍ମିଳନୀ ଆୟୋଜନ ପାଇଁ ଗତବର୍ଷ ଡିସେମ୍ବର ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥିଲା। ଏହି ସମ୍ମିଳନୀ ଯେପରି ସଫଳ ହେବ, ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବାରୋପ କରିଛନ୍ତି ।
ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଓଡ଼ିଆ ଭାଷାକୁଷକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ସମ୍ମିଳନୀରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ । ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତମାନେ ଯୋଗ ଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞମାନେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ ।
ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀମାନଙ୍କ ନିମନ୍ତେ ଏକ ନୂତନ ଆଲୋକ ବର୍ତ୍ତିକା ହେବ ।
ଏହି ସମ୍ମିଳନୀରେ ମୋଟ ୧୬ଟି ଅଧିବେଶନ ରହିଥିବା ଜଣାପଡିଛି। ଉଦଘାଟନୀ ଦିବସରେ ଜଗନ୍ନାଥ ସଂସ୍କୃତି ଉପରେ ସ୍ୱତନ୍ତ୍ର ଅଧିବେଶନ ରହିଛି। ସମ୍ମିଳନୀରେ ଦେଶ ବିଦେଶରୁ ଭାଷାବିତମାନେ ଯୋଗ ଦେଇ ସେମାନଙ୍କର ମତ ରଖିବେ।
ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ଜୀବନବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡ଼ିଆ ସମ୍ମାନରେ ସମ୍ମାନିତ କରିବେ।
ଏତଦ୍ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମ ସମ୍ମାନ ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ ପୁରସ୍କାରପ୍ରାପ୍ତ, ରାଜ୍ୟ ଏକାଡ଼େମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯିବ ।
ଭାଷା ସମ୍ମିଳନୀରେ ଓଡ଼ିଶାର ଗୌରବମୟ ଅତୀତ ଓ ପରିବର୍ତ୍ତନଶୀଳ ବର୍ତ୍ତମାନ ଏବଂ ପ୍ରେରଣାଦାୟୀ ଭବିଷ୍ୟତର ଏକ ସୁସଜ୍ଜିତ ପ୍ରଦର୍ଶନୀ ପ୍ରଦର୍ଶିତ ହେବ । ଏହି ପ୍ରଦର୍ଶନୀ ତିନୋଟି ବିସ୍ତୃତ ବିଷୟ ଏବଂ ସମୟସୀମା ଉପରେ ଆୟୋଜିତ ହୋଇଛି ଯଥା- ପ୍ରାଚୀନ, ମଧ୍ୟ ଏବଂ ଆଧୁନିକ ।ଏଥିରେ ଓଡ଼ିଆ ଭାଷା ଏବଂ ଲିପିର ଉତ୍ପତ୍ତି ଓ ବିବର୍ତ୍ତନ, ପ୍ରାଚୀନ ପ୍ରସ୍ତର ଅଭିଲେଖ, ତାମ୍ରଫଳକ, ତାଳପତ୍ର ପୋଥି, କଳିଙ୍ଗାଶୈଳୀର ମନ୍ଦିର ସ୍ଥାପତ୍ୟ, ଓଡ଼ିଶାର ନୌବାଣିଜ୍ୟ ସମ୍ପର୍କିତ କଳାକୃତିଗୁଡ଼ିକ ସୁଦୃଶ୍ୟ ଚିତ୍ରପଟ୍ଟ ମାଧ୍ୟମରେ ପ୍ରଦର୍ଶିତ ହେବ । ଏଥିସହ ମଧ୍ୟଯୁଗୀୟ ଓଡ଼ିଆ ସାହିତ୍ୟର ନବଜାଗରଣ ପ୍ରଦର୍ଶିତ ହେବ । ଓଡ଼ିଶାର କଳା ଏବଂ ଭାସ୍କର୍ଯ୍ୟ, ନୃତ୍ୟ ଏବଂ ସଙ୍ଗୀତ ପରମ୍ପରାଗୁଡ଼ିକ ମଧ୍ୟ ପ୍ରଦର୍ଶିତ ହେବ ।
ପ୍ରିଣ୍ଟିଂ ପ୍ରେସର ଆଗମନ ଏବଂ ଓଡିଆ ଭାଷାର ପ୍ରସାରରେ ଏହାର ପ୍ରଭାବ ଉପଯୁକ୍ତ କଳାକୃତି ଏବଂ ଫଟୋ ସହିତ ପ୍ରଦର୍ଶିତ ହେବ । ସମସାମୟିକ ସମ୍ବାଦପତ୍ର, ପତ୍ରପତ୍ରିକା ଏବଂ ଆଧୁନିକ ଚିନ୍ତାନାୟକମାନଙ୍କର ଭାବଧାରା ବି ପ୍ରଦର୍ଶିତ ହେବ ।
First World Odia Language Conference: Odisha Lalit Kala Akademi Holds Contemporary Art Exhibition
Next ArticleOdisha Govt High School Students Script History, Upload Most Book Manuscripts in an Hour
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
