ଆସନ୍ତାକାଲିଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ : କଳାମଣ୍ଡଳ ପରିସରରେ ‘ଅକ୍ଷର ଭୂମି’ ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଆସନ୍ତାକାଲିଠାରୁ ଫେବୃୟାରୀ ତିନି ଦିନ ଧରି ଭୁବନେଶ୍ଵରର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି । ଆଜି ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି । ପ୍ରଥମ ବିଶ୍ଵ ଓଡ଼ିଆ ଳଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ [...]
ଭୁବନେଶ୍ବର – ଆସନ୍ତାକାଲିଠାରୁ ଫେବୃୟାରୀ ତିନି ଦିନ ଧରି ଭୁବନେଶ୍ଵରର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି । ଆଜି ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ।
ପ୍ରଥମ ବିଶ୍ଵ ଓଡ଼ିଆ ଳଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି ।
ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷାପ୍ରୀତି କୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା, ସଂସ୍କୃତି, କଳା ଓ ସ୍ଥାପତ୍ୟ ର ଜୟଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆମର ମହାନ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ ।
ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ ତଦାରଖ କରୁଥିଲେ । ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟ ଇଡକୋ ଜରିଆରେ ସମ୍ପାଦିତ ହୋଇଛି।
ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ଵିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ , ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ ଓ ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟନ ପ୍ରମୁଖ ଉପସ୍ଥିତ ଥିଲେ ।
5T Chairman Kartik Pandian Reviews Progress of Various Developmental Works in Nuapada Dist
Next ArticleCM Naveen Inaugurates Akhayara Bhoomi ahead of First World Odia Language Conference
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
