ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର କରିବେ ଲୋକାର୍ପଣ ଓ ଶିଳାନ୍ୟାସ
ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦିନିକିଆ ଗସ୍ତରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଯିବେ । କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବେ । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ [...]
ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦିନିକିଆ ଗସ୍ତରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଯିବେ । କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବେ । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।
ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂ ନିର୍ମାଣର ଶୁଭାରମ୍ଭ କରିବେ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଦିନ ୧ଟା ୧୫ ମିନିଟରେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଦିନ ଗୋଟାଏ ୪୫ରେ ଆଇଆଇଏମ୍ ସମ୍ବଲପୁରର ନିଜସ୍ୱ କ୍ୟାମ୍ପସରେ ପହଞ୍ଚିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଯାଇ ସାଧାରଣ ସଭାରେ ଉଦବୋଧନ ଦେବେ ।
ଐତିହାସିକ ଦିନ : ଆଜି ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ ପ୍ରଥମ ବିଶ୍ଵ ଓଡ଼ିଆ ସମ୍ମିଳନୀ
Next Articleଆଜି ସଂଧ୍ୟାରେ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
