କେଜ୍ରିୱାଲଙ୍କ ବାସଭବନରେ ପୁଣି କ୍ରାଇମବ୍ରାଞ୍ଚ୍ ଟିମ୍
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି(ଆପ୍)ର ବିଧାୟକ ମାନଙ୍କୁ ଦଳବଦଳ ପାଇଁ ବିଜେପି ଟଙ୍କା ଯାଚିଥିବା ନେଇ ଅଭିଯୋଗର ତଦନ୍ତ ଲାଗି ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଟିମ୍ ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପୁଣି ନୋଟିସ୍ ଦେଇଛନ୍ତି । ଗତକାଲି ରାତିରେ ମଧ୍ୟ ତାଙ୍କୁ ନୋଟିସ୍ ଜାରି କରିଥିଲା କ୍ରାଇମବ୍ରାଞ୍ଚ୍ । କେଜ୍ରିୱାଲଙ୍କୁ ଏହି ଅଭିଯୋଗର ପ୍ରମାଣ ଦେବାକୁ କହିଛି କ୍ରାଇମବ୍ରାଞ୍ଚ। କେଜ୍ରିୱାଲ କିଛି ଦିନ ତଳେ ଅଭିଯୋଗ କରିଥିଲେ ଯେ [...]
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି(ଆପ୍)ର ବିଧାୟକ ମାନଙ୍କୁ ଦଳବଦଳ ପାଇଁ ବିଜେପି ଟଙ୍କା ଯାଚିଥିବା ନେଇ ଅଭିଯୋଗର ତଦନ୍ତ ଲାଗି ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଟିମ୍ ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପୁଣି ନୋଟିସ୍ ଦେଇଛନ୍ତି । ଗତକାଲି ରାତିରେ ମଧ୍ୟ ତାଙ୍କୁ ନୋଟିସ୍ ଜାରି କରିଥିଲା କ୍ରାଇମବ୍ରାଞ୍ଚ୍ । କେଜ୍ରିୱାଲଙ୍କୁ ଏହି ଅଭିଯୋଗର ପ୍ରମାଣ ଦେବାକୁ କହିଛି କ୍ରାଇମବ୍ରାଞ୍ଚ।
କେଜ୍ରିୱାଲ କିଛି ଦିନ ତଳେ ଅଭିଯୋଗ କରିଥିଲେ ଯେ ସାତ ଜଣ ଆପ୍ ବିଧାୟକଙ୍କୁ ଦଳ ଛାଡ଼ିବାକୁ ବିଜେପି ୨୫ କୋଟି ଲେଖାଏଁ ଯାଚିଥିଲା । ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରିବା ସହ ଦିଲ୍ଲୀରେ ତାଙ୍କ ସରକାରକୁ ଭାଙ୍ଗିବାକୁ ଷଡ଼ଯନ୍ତ୍ର କରାଯାଉଛି ବୋଲି ଦାବି କରିଥିଲେ କେଜ୍ରିୱାଲ ।
କେଜ୍ରିୱାଲଙ୍କ ଅଭିଯୋଗକୁ ଖଣ୍ଡନ କରିଛି ବିଜେପି । ଦିଲ୍ଲୀ ବିଜେପି ସଭାପତି ବିରେନ୍ଦ୍ର ସଚ୍ଚେଦବା କହିଛନ୍ତି କେଜ୍ରିୱାଲ ରାଜନୈତିକ ସ୍ତରରେ କେତେ ନିରାଶ ହୋଇଛନ୍ତି ତାଙ୍କରି ଏପରି ବୟାନରୁ ଜଣାପଡ଼ୁଛି। ତାଙ୍କ ଅଭିଯୋଗକୁ ଭିତ୍ତିହୀନ ବୋଲି କହିବା ସହ ଏହା ନିଜ ଅସ୍ତିତ୍ୱ ବଞ୍ଚାଇବାକୁ ଏକ ପ୍ରୟାସ ବୋଲି ସେ କହିଛନ୍ତି ।
ପୋଲିସ ଥାନାରେ ଶିବସେନା ନେତାଙ୍କୁ ଗୁଳିକଲେ ବିଜେପି ବିଧାୟକ
Next Articleଯଶସ୍ବୀଙ୍କ ଦ୍ୱିଶତକ ସତ୍ତ୍ୱେ ୪୦୦ ଟପି ପାରିଲାନି ଭାରତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
