ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଭୁବନେଶ୍ୱର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତିନିଦିନିଆ ସମ୍ମିଳନୀରେ ଦେଶ ବିଦେଶର ଶତାଧିକ ଲେଖକ, ସାହିତ୍ୟିକ ଓ ଭାଷାବିତଙ୍କ ସମାଗମ ହୋଇଛି। ଅନ୍ତର୍ଜାତୀୟ ସ୍ତରର ବହୁ ବିଶିଷ୍ଟ ଭାଷାବିତ୍ ଏଥିରେ ଉପସ୍ଥିତ ରହିଛନ୍ତି। ଏହି କାର୍ଯ୍ୟକ୍ରମକୁ ସମସ୍ତଙ୍କୁ [...]
ଭୁବନେଶ୍ୱର – ଭୁବନେଶ୍ୱର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତିନିଦିନିଆ ସମ୍ମିଳନୀରେ ଦେଶ ବିଦେଶର ଶତାଧିକ ଲେଖକ, ସାହିତ୍ୟିକ ଓ ଭାଷାବିତଙ୍କ ସମାଗମ ହୋଇଛି। ଅନ୍ତର୍ଜାତୀୟ ସ୍ତରର ବହୁ ବିଶିଷ୍ଟ ଭାଷାବିତ୍ ଏଥିରେ ଉପସ୍ଥିତ ରହିଛନ୍ତି। ଏହି କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ତଥା କମିଶନର ସୁଜାତା ଆର୍. କାର୍ତ୍ତିକେୟନ୍ ସ୍ୱାଗତ କରିଥିଲେ।
ସମ୍ମିଳନୀକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଭାଷା ଏକ ଶାସ୍ତ୍ରୀୟ ଭାଷା । ଓଡ଼ିଆ ଭାଷାରେ ନୂଆ ନୂଆ ଶବ୍ଦ ଯୋଡ଼ି ହେଉଛି । ଓଡ଼ିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉ। ଆମେ ଭବିଷ୍ୟତ ପାଇଁ ନିଜେ ନିଜର ରାସ୍ତା ତିଆରି କରିବା ଓଡ଼ିଆ ଭାଷାର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଲାଲ କୃଷ୍ଣ ଆଡଭାନୀଙ୍କୁ ମିଳିବ ‘ଭାରତ ରତ୍ନ’ ସମ୍ମାନ
Next Articleପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଅନୁଭୂତି ନେବା ପାଇଁ ମେଟାଭର୍ସ ଡିଜିଟାଲ ପ୍ଲାଟଫର୍ମ ସହ ଯୋଡି ହୁଅନ୍ତୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
