News Room Odisha
BREAKING
Odia

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ , ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ସମ୍ବଲପୁର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବା ସହ ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି । ସମ୍ବଲପୁର ରେଳଷ୍ଟେସନର ନବୀକରଣ କାର୍ଯ୍ୟର ଶୁଭାରମ୍ଭ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏନଟିପିସିର [...]

Admin•February 3, 2024
Share Article:

ସମ୍ବଲପୁର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବା ସହ ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି । ସମ୍ବଲପୁର ରେଳଷ୍ଟେସନର ନବୀକରଣ କାର୍ଯ୍ୟର ଶୁଭାରମ୍ଭ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଛି । ଉତ୍ତରାଂଚଳ ପୋଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲାର ଏସପି ଓ ଦୁଇଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି ।

#Odia#Odisha#News
Share Article:

Related Articles