News Room Odisha
BREAKING
Odia

ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, ରୁଚିପୂର୍ଣ୍ଣ କଳାକୃତି ପାଇଁ ପୂର୍ତ୍ତ ବିଭାଗକୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର ଭୂମି, ଓଡିଆ ଭାଷା, କଳା ଓ ସଂସ୍କୃତିର ଜୟଗାନ କରିବ। ଓଡିଆ ଭାଷାର ଗୌରବ ବିଷୟରେ ଏହା ଆଗାମୀ ପିଢିକୁ ପ୍ରେରଣା ଦେବ। କଳିଙ୍ଗ ଶୈଳୀରେ ନିର୍ମିତ ଏହି ସୁଦୃଶ୍ୟ କଳାକୃତି [...]

Admin•February 3, 2024
Share Article:

ଭୁବନେଶ୍ୱର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର ଭୂମି, ଓଡିଆ ଭାଷା, କଳା ଓ ସଂସ୍କୃତିର ଜୟଗାନ କରିବ। ଓଡିଆ ଭାଷାର ଗୌରବ ବିଷୟରେ ଏହା ଆଗାମୀ ପିଢିକୁ ପ୍ରେରଣା ଦେବ। କଳିଙ୍ଗ ଶୈଳୀରେ ନିର୍ମିତ ଏହି ସୁଦୃଶ୍ୟ କଳାକୃତି ଅକ୍ଷର ଭୂମିର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ଓଡିଆ ବର୍ଣ୍ଣମାଳାର ପ୍ରତ୍ୟେକ ଅକ୍ଷରକୁ ଯେପରି କଳାତ୍ମକ ଭାବେ ସେଠାରେ ସଜ୍ଜିତ କରି ରଖାଯାଇଛି ତାହା ଓଡିଆ ଭାଷାର ସୌନ୍ଦର୍ଯ୍ୟକୁ ସଫଳ ଭାବେ ଉପସ୍ଥାପିତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେବା ସହ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି। ଅକ୍ଷର ଭୂମିର ନିର୍ମାଣ ଦାୟିତ୍ୱ ନେଇଥିବା ଏବଂ ତାକୁ ସଫଳ ଭାବେ ସମ୍ପନ୍ନ କରିଥିବା ପୂର୍ତ୍ତ ବିଭାଗକୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

#Odia#Odisha#News
Share Article:

Related Articles