ଆସନ୍ତା ୨୦ରୁ ମାଟ୍ରିକ ପରୀକ୍ଷା : ଶୃଙ୍ଖଳିତ ପରିଚାଳନା ପାଇଁ ବୋର୍ଡର ଏକାଧିକ ପଦକ୍ଷେପ
କଟକ – ଚଳିତମାସ ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ପରୀକ୍ଷାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ତତ୍ପରତା ପ୍ରକାଶ କରି ଏକାଧିକ ପଦକ୍ଷେପ ଗ୍ରହଣ କରିଛି । ପରୀକ୍ଷାରେ କପି ରୋକିବାକୁ ନୂଆ ଫର୍ମୂଲା ଆପଣାଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ। ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ [...]
କଟକ – ଚଳିତମାସ ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ପରୀକ୍ଷାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ତତ୍ପରତା ପ୍ରକାଶ କରି ଏକାଧିକ ପଦକ୍ଷେପ ଗ୍ରହଣ କରିଛି । ପରୀକ୍ଷାରେ କପି ରୋକିବାକୁ ନୂଆ ଫର୍ମୂଲା ଆପଣାଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ। ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ସାଢ଼େ ୭ଟାରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡ଼ାଯିବ। ୮ଟା ୧୫ମିନିଟ୍ ପରେ ଆଉ କାହାକୁ ପରୀକ୍ଷା ହଲ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ ।
ଏଥର ପ୍ରଥମଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ନିଯୁକ୍ତ ହେବେ ପର୍ଯ୍ୟବେକ୍ଷକ। ପ୍ରଶ୍ନପତ୍ର ଆସିବାଠାରୁ ପରୀକ୍ଷା ଶେଷ ହୋଇ ଉତ୍ତରଖାତା ଯିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ପର୍ଯ୍ୟବେକ୍ଷକ ତଦାରଖ କରିବେ। ବିଇଓ, ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି ଦାୟିତ୍ଵରେ ରହିବ । ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ଫୋନ୍ ନେଇପାରିବେ ନାହିଁ।
ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ବୋର୍ଡ ପକ୍ଷରୁ ଏଥର ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର କରାଯାଇଛି।
୨୦ ତାରିଖରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ମାର୍ଚ୍ଚ ୩୦ ତାରିଖ ସୁଦ୍ଧା ଖାତା ଦେଖା ସରିବ। ଚଳିତବର୍ଷଠାରୁ ପୁଣି ପୁରୁଣା ଢାଞ୍ଚାରେ ପରୀକ୍ଷା ହେବ। ଅର୍ଥାତ ୫୦ ମାର୍କ ସବଜେକ୍ଟିଭ୍ ଏବଂ ୫୦ ମାର୍କ ଅବଜେକ୍ଟିଭ୍ ପ୍ରଶ୍ନ ଆସିବ।
12 Injured In Head on Collision Between Truck and Van
Next Articleକେଜ୍ରିୱାଲଙ୍କୁ ନୋଟିସ୍ ପରେ ଦିଲ୍ଲୀ ଶିକ୍ଷାମନ୍ତ୍ରୀ ଅତିଶୀଙ୍କ ଘରେ କ୍ରାଇମବ୍ରାଞ୍ଚ୍ ଟିମ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
