ରାଜ୍ୟପାଳଙ୍କ ଅଭିଭାଷଣ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରଶଂସା, ୫-ଟି ଓ ମୋ ସରକାର ଦ୍ୱାରା ପ୍ରାଶାସନିକ ବ୍ୟବସ୍ଥାରେ ନୂଆ ଯୁଗ ଆରମ୍ଭ
ଭୁବନେଶ୍ୱର – ରାଜ୍ୟପାଳଙ୍କ ଅଭିଭାଷଣ ସହ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଅଭିଭାଷଣରେ ବିଭିନ୍ନ କ୍ଷେତ୍ରରେ ସରକାରଙ୍କ ସଫଳତା ଓ ଯୋଜନାର ସଫଳ କାର୍ଯ୍ୟକାରିତା ସଂପର୍କରେ ଉଲ୍ଲେଖ କରିଛନ୍ତି ରାଜ୍ୟପାଳ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି ରାଜ୍ୟପାଳ। ୮ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ବିଭିନ୍ନ ସୁବିଧା ଦେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ମଧ୍ୟ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ [...]
ଭୁବନେଶ୍ୱର – ରାଜ୍ୟପାଳଙ୍କ ଅଭିଭାଷଣ ସହ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଅଭିଭାଷଣରେ ବିଭିନ୍ନ କ୍ଷେତ୍ରରେ ସରକାରଙ୍କ ସଫଳତା ଓ ଯୋଜନାର ସଫଳ କାର୍ଯ୍ୟକାରିତା ସଂପର୍କରେ ଉଲ୍ଲେଖ କରିଛନ୍ତି ରାଜ୍ୟପାଳ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି ରାଜ୍ୟପାଳ। ୮ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ବିଭିନ୍ନ ସୁବିଧା ଦେବ
। ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ମଧ୍ୟ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି ବୋଲି ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି। ‘୫-ଟି’ ଓ ‘ମୋ ସରକାର’ ରୂପାନ୍ତରିତ ପ୍ରାଶାସନିକ ବ୍ୟବସ୍ଥାରେ ନୂଆ ଯୁଗ ଆରମ୍ଭ ହୋଇଛି।
ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ହୋଇଛି ବୋଲି ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି।
ସୁପରଫୁଡ ଭାବେ ମାଣ୍ଡିଆକୁ ଗୁରୁତ୍ୱ ଦିଆଯାଇଛି । ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି ।
୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । କାଳିଆ ସହାୟତା ମଧ୍ୟ ରାଜ୍ୟପାଳଙ୍କ ଅଭିଭାଷଣରେ ସ୍ଥାନ ପାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଥିବା ରାଜ୍ୟପାଳ ଉଲ୍ଲେଖ କରିଛନ୍ତି।
ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଏଥିସହ ରାଜ୍ୟରେ ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି।
ଦୁର୍ବଳ ଓ ଅଭାବଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପରିବାରକୁ ରାଜ୍ୟ ଚାଉଳ ଦେଉଛି । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି ବୋଲି ରାଜ୍ୟପାଳ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ୧୭.୧୧ ଲକ୍ଷ ଚାଷୀଙ୍କଠାରୁ ୭୯.୧୬ ଲକ୍ଷ ଟନ୍ ଧାନ ସଂଗ୍ରହ ହୋଇଛି ।
ରାଜ୍ୟର ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି ।ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି। ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଯୋଜନା ଆରମ୍ଭ କରାଯାଇଛି ।
ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯାଉଛି । ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ ନ୍ୟୁୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଚାଲିଛି ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ରେ ପୁରୀ ଓ ଗୋପାଳପୁର ଯଥାକ୍ରମେ ଦେଶର ପ୍ରଥମ ଓ ଦ୍ୱିତୀୟ ସହର ହୋଇଛନ୍ତି। ୨୪ ସହରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ସୁବିଧା ପାଉଛନ୍ତି ବୋଲି ଅଭିଭାଷଣରେ ଉଲ୍ଲେଖ କରିଛନ୍ତି ରାଜ୍ୟପାଳ ରଘୁବର ଦାସ।
ଆଜିଠୁ ସମଲେଇ ଦର୍ଶନରେ ଆସିବେ ବିଭିନ୍ନ ଜିଲ୍ଲାରୁ ଭକ୍ତ, ପ୍ରଶାସନ ପକ୍ଷରୁ ବ୍ଯାପକ ବ୍ୟବସ୍ଥା
Next ArticleGovernor Praises Heritage Corridor Project, Says 5T and Mo Sarkar Ushered in a New Era of Administrative System
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
