ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦଯାପିତ : ପ୍ରତି ୫ ବର୍ଷରେ ଥରେ ସମ୍ମିଳନୀ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ବର – ଉଦ୍ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ।ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହୋଇ ଓଡ଼ିଆ ଭାଷାକୁ [...]
ଭୁବନେଶ୍ବର – ଉଦ୍ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ ।ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆମର ଭାଷା ଇତିହାସରେ ସବୁଦିନ ପାଇଁ ଏକ ମାଇଲ ଖୁଣ୍ଟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୫ ବର୍ଷ ପରେ ଆମେ ସମସ୍ତେ ପୁଣି ଥରେ ଏକାଠି ହୋଇ ଓଡ଼ିଆ ଭାଷାକୁ ଆହୁରି ଆଗକୁ ନେବା ପାଇଁ ମତ ବିନିମୟ କରିବା ବୋଲି ଉଦଯାପନୀ ସଂଧ୍ୟାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି।
ସମ୍ମିଳନୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ, ଯୁବ ସମାଜ, ଲେଖକ, ଗବେଷକ, ସାହିତ୍ୟିକ,କବି ପ୍ରତ୍ୟେକ ଓଡିଆଙ୍କୁ ସେ ହୃଦୟରୁ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ଏହି ତିନି ଦିନ ମଧ୍ୟରେ ଓଡ଼ିଆ ଭାଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ଖୁବ ଭଲ ଭଲ ପ୍ରସ୍ତାବ ମଧ୍ୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଯେହେତୁ ବର୍ତ୍ତମାନ ବିଧାନସଭା ଚାଲିଛି, ତେଣୁ, ଭାଷା ସଂପର୍କରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତିକୁ ସେ ବିଧାନସଭାରେ ଘୋଷଣା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଯୁଗ ଯୁଗ ଧରି ଓଡିଆ ଭାଷା, ଆମ ଓଡିଆ ଜାତିର ପରିଚୟକୁ ଆଗକୁ ନେଇଛି । ଆଜିର ମହାର୍ଘ ଅବସରରେ ସମସ୍ତେ ସଂକଳ୍ପ ନେବାକୁ ଆହ୍ବାନ ଦେବା ସହ ଓଡ଼ିଆରେ ନୂଆ ନୂଆ ଶବ୍ଦ ସୃଷ୍ଟି କରି ଶବ୍ଦ ଭଣ୍ଡାରକୁ ସମୃଦ୍ଧ କରିବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭାଷା ଉପରେ ବୈଷୟିକ ଜ୍ଞାନର ପ୍ରଭାବ ସଂପର୍କରେ ଆଲୋକପାତ କରି ସେ କହିଥିଲେ ଯେ ବୈଜ୍ଞାନିକ ଉନ୍ମେଷ, ବୈଷୟିକ ଜ୍ଞାନର ଅଗ୍ରଗତି ଓ କମ୍ପ୍ୟୁଟର ଭାଷା ହେଉଛି ବର୍ତ୍ତମାନ ଯୁଗରେ ଭାଷା ପାଇଁ ଏକ ବଡ ଆହ୍ବାନ । ତେଣୁ, ଓଡିଆ ଭାଷାକୁ ଏହା ସହିତ ସମନ୍ବିତ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି। ଯୁବ ସମାଜକୁ ଆହ୍ବାନ ଦେଇ ସେ କହିଛନ୍ତି ଯେ ଓଡିଆ ଭାଷା ଆମ ଯୁବପିଢିର ଭାଷା ହେବ । ଆମେ ଆମ ଭାଷାର ଗୌରବକୁ ଅନୁଭବ କଲେ, ଏହା ନିଶ୍ଚୟ ଆଗକୁ ଯିବ।’
ସମ୍ମିଳନୀ ଅବସରରେ ଆୟୋଜିତ ସଂଗ୍ରହାଳୟ ସମସ୍ତଙ୍କ ମନକୁ ଛୁଇଁଛି। ତେଣୁ ସମସ୍ତଙ୍କ ଅନୁରୋଧରେ ଏହାର ସମୟ ସୀମାକୁ ଆଉ ୩ ଦିନ ବୃଦ୍ଧି କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ଏହି ଅବସରରେ ପୁରସ୍କାର ପାଇଥିବା ସବୁ ପ୍ରତିଭାମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ଟି ପୁସ୍ତକର ଉନ୍ମୋଚନ କରିଥିଲେ। ହିନ୍ଦୁ ଗ୍ରୁପ ଦ୍ବାରା ପ୍ରକାଶିତ – ଶ୍ରୀ ଜଗନ୍ନାଥ : ଲର୍ଡ ଅଫ୍ ଦି ୟୁନିଭର୍ସ , ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ( ସ୍ପେଶାଲ ଇନିସିଏଟିଭ) ଆର୍. ବାଲକ୍ରିଷ୍ଣନଙ୍କ ପରିକଳ୍ପିତ, ଶୁଭ୍ରାଂଶୁ ପଣ୍ଡା ଓ ପ୍ରତୀକ ପଟ୍ଟନାୟକଙ୍କ ଦ୍ଵାରା ରଚିତ ଓଡ଼ିଆ : ଜର୍ଣ୍ଣି ଅଫ୍ ଏ ଲାଙ୍ଗୁୱଜ ଏବଂ
Odia: Journey of A Language. ଏହି ପୁସ୍ତକଟି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା (ସ୍ପେଶିଆଲ ଇନିସିଏଟିଭ୍ସ) ଶ୍ରୀ ଆର୍ ବାଲକ୍ରିଷ୍ଣନଙ୍କ ପରିକଳ୍ପନା ଏବଂ ଶୁଭ୍ରାଂଶୁ ପଣ୍ଡା ଓ ପ୍ରତୀକ ପଟ୍ଟନାୟକଙ୍କ ରଚିତ ଓଡ଼ିଆ : ଜର୍ଣ୍ଣି ଅଫ୍ ଏ ଲାଙ୍ଗୁଏଜ ଏବଂ ମାଜିକାଲ ଟେଲ୍ସ ଫ୍ରମ୍ ଓଡ଼ିଶା ନାମକ ପୁସ୍ତକ ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ପୁସ୍ତକଟି ଜର୍ମାନୀ ଓ ଜାପାନୀ ଭାଷାରେ ଅନୁଦିତ ହୋଇଛି।
ଉଦଯାପନୀ କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ । ରେଭେନ୍ସା କଲେଜିଏଟ ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ର ସିଦ୍ଧାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
Effective Use of IT Is Absolutely Necessary to Preserve a Language: Experts Opine at First World Odia Language Conference
Next Articleପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ : ‘୨୦୩୬ରେ ଓଡି଼ଶା : ନବଦିଗନ୍ତର ସମ୍ଭାବନା ’ ଶୀର୍ଷକ ଆଲୋଚନା ସଭା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
