ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ
ଭୁବନେଶ୍ୱର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଶେଷ ଦିନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଛି । ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଦୁଇ ପତ୍ରିକାର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚନ କରି କହିଲେ ଯେ ୧୯୪୪ ମସିହାରୁ ଏହି ଦୁଇଟି ପତ୍ରିକା ନିରବଚ୍ଛିନ୍ନ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରିଆସୁଛି । [...]
ଭୁବନେଶ୍ୱର – ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଶେଷ ଦିନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଛି । ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଦୁଇ ପତ୍ରିକାର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚନ କରି କହିଲେ ଯେ ୧୯୪୪ ମସିହାରୁ ଏହି ଦୁଇଟି ପତ୍ରିକା ନିରବଚ୍ଛିନ୍ନ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରିଆସୁଛି । ଏହି ସ୍ୱତନ୍ତ୍ର ସଂଖ୍ୟା ଆଗାମୀ ପିଢ଼ିଙ୍କୁ ମାତୃଭାଷା ପ୍ରତି ସଚେତନ କରିବା ସହ ଉପାଦେୟ ଓ ସଂଗ୍ରହଣୀୟ ହେବ ବୋଲି ସେ ଆଶାବ୍ୟକ୍ତ କରିଥିଲେ ।
ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କହିଲେ ଯେ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ପୁରାତନ ସଂସ୍କରଣର ଡିଜିଟାଇଜେସନ୍ କରାଯାଇଛି । ଏହା ବିଭାଗୀୟ ୱବ୍ସାଇଟ୍ରେ ପାଠକମାନଙ୍କ ନିମନ୍ତେ ଉପଲବ୍ଧ ହେଉଛି । ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଷାଭାଷୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ ।
ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଡ. ଲେନିନ ମହାନ୍ତି ଏହି ପତ୍ରିକା ଦୁଇଟିରେ ଓଡ଼ିଶାର ଭାଷା, ସାହିତ୍ୟ ନେଇ ବହୁ ଦୁଷ୍ପ୍ରାପ୍ୟ ଏବଂ ଉପାଦେୟ ତଥା ପୁରାତନ ଆଲେଖ୍ୟ ସ୍ଥାନ ପାଇଛି ବୋଲି ଉଲ୍ଲେଖ କରିଥିଲେ । ଏହା ଦ୍ୱାରା ଛାତ୍ରଛାତ୍ରୀ ଓ ଗବେଷକମାନେ ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର କ୍ରମବିକାଶ ସଂପର୍କରେ ଅବଗତ ହୋଇପାରିବେ ବୋଲି ସେ ମତବ୍ୟକ୍ତ କରିଥିଲେ ।
‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସଂପାଦିକା କସ୍ତୁରୀ ମହାପାତ୍ର ଉଭୟ ପତ୍ରିକା ଓଡ଼ିଶା ସରକାରଙ୍କ ମୁଖପତ୍ର ଭାବେ ସ୍ୱାଧୀନତା ପୂର୍ବରୁ ପ୍ରକାଶ ପାଇଆସୁଛି ବୋଲି କହିଥିଲେ । ଏହି ପତ୍ରିକା ବେଶ୍ ପାଠକୀୟ ଆଦୃତି ଲାଭ କରିବା ସହିତ ଓଡ଼ିଶାବାସୀଙ୍କ ନିକଟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାରେ ୧୯ଟି ନିବନ୍ଧ ଏବଂ ଓଡ଼ିଶା ରିଭ୍ୟୁରେ ୨୭ଟି ନିବନ୍ଧ ସ୍ଥାନ ପାଇଛି ବୋଲି ସେ ପ୍ରକାଶ କରିଥିଲେ ।
ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ଧନ୍ୟବାଦ ଦେବା ଅବସରରେ ଓଡ଼ିଆ ୨୦୦୦ ବର୍ଷରୁ ଅଧିକ ପୁରାତନ ଭାଷା ବୋଲି ପ୍ରକାଶ କରିଥିଲେ । ଏହାର ସମୃଦ୍ଧି ପାଇଁ ଅନେକ ସାରସ୍ୱତ ସାଧକଙ୍କ ଅବଦାନ ସ୍ୱୀକୃତ । ଆଜିର ଏହି ଭାଷା ସମ୍ମିଳନୀ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରକୃଷ୍ଟ ଅବସର ବୋଲି ସେ ପ୍ରକାଶ କରିଥିଲେ ।
World Odia Language Conference to Be Held Once in Every 5 Yrs: CM Naveen
Next Articleବିଶ୍ବ ଓଡ଼ିଆ ସମ୍ମିଳନୀରେ ଅଂଶ ଗ୍ରହଣ କଲେ ଭିସୁଟ୍ ର ଛାତ୍ରଛାତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
